Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

କରୋନା ସ୍ଥିତି ସଙ୍ଗୀନ, ଜିଲ୍ଲାକୁ ୪ ଦିନିଆ ସଟ୍‌ଡାଉନ୍‌ କଲେ ଜିଲ୍ଲାପାଳ

30/07/2020 at 10:25 AM

ବଲାଙ୍ଗୀର ୩୦।୦୭: ସଙ୍ଗୀନ ରହିଛି କରୋନା ସ୍ଥିତି । ପରିସ୍ଥିତିକୁ ନିୟନ୍ତ୍ରଣ ଆଣିବା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ ନିଆଯାଉଛି । ତେବେ କରୋନା ସ୍ଥିତି ନିୟନ୍ତ୍ରଣ ଲାଗି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ନେଇଛି କଡା ପଦକ୍ଷେପ । ଜିଲ୍ଲାକୁ ୪ ଦିନିଆ ସଟଡାଉନ ଘୋଷଣା କରିଛନ୍ତି ବଲାଙ୍ଗୀର ଜିଲ୍ଲାପାଳ ।

ଜିଲ୍ଲାରେ ୩ ତାରିଖ ରାତି ୧୨ ଟା ପର୍ଯ୍ୟନ୍ତ ସମଗ୍ର ଜିଲ୍ଲା ସଟଡାଉନ ରହିବ । ସ୍ବାସ୍ଥ୍ୟ ଓ ଜରୁରୀ ସେବାକୁ ଏଥିରୁ ବାଦ ଦିଆଯାଇଛି। ସମସ୍ତ ଔଷଧ ଦୋକାନ ସହ କ୍ଲିନିକ ଖୋଲା ରହିବ। ଜରୁରି ମାଲବାହି ଗାଡି ଚଳାଚଳ ପାଇଁ ଅନୁମତି ମିଳିଥିବା ବେଳେ ଅନ୍ୟ ଯାନବାହାନ ଚଳାଚଳ ବନ୍ଦ କରିବା ନିଷ୍ପତ୍ତି ନିଆଯାଇଛି। ସଟଡାଉନ ସମୟରେ ସହରକୁ ସାନିଟାଇଜ କରାଯିବ । ସଟଡାଉନ ଗାଇଡଲାଇନ୍ ଖିଲାପ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କଡା ଚେତାବନୀ ଦେଇଛନ୍ତି  ବଲାଙ୍ଗୀର ଜିଲ୍ଲାପାଳ ।

   Related Posts