Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ସାତପଡାରେ ବୋମାମାଡ ଘଟଣା : ଶାନ୍ତି ପ୍ରତିଷ୍ଠା ପାଇଁ ହେବ ଆଲୋଚନା, ଆଇନ୍‌ ହାତକୁ ନେଇଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ

8/11/2021 at 1:00 PM

ପୁରୀ ୦୮।୧୧: ପୁରୀ ସାତପଡା ନାଥପୁରରେ ବୋମାମାଡ ଘଟଣା। ବିବାଦ ପରେ  ଗରଫ ଭୟରେ ଦୁଇଟି ଗାଁ ଏବେ ପୁରୁଷ ଶୂନ୍ୟ ହୋଇଯାଇଛି । ପରିସ୍ଥିତିକୁ ଦେଖି ପ୍ରଶାସନ ପକ୍ଷରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ତେବେ ନିଆଁରେ ପୋଡିଯାଇଥିବା ଦଳିତ ପରିବାରଙ୍କୁ  ପ୍ରଶାସନ ପକ୍ଷରୁ ଶୁଖିଲା ଖାଦ୍ୟ ଯୋଗାଯାଇଛି। ପରିସ୍ଥିତି ଏବେ ନିୟନ୍ତ୍ରଣାଧିନ ରହିଛି । ଅତିରିକ୍ତ ଜିଲ୍ଲାପାଳ, ପିଡି ଡିଆରଡିଏଙ୍କୁ ନେଇ ୩୫ ମୌଜା ସହ ଶାନ୍ତି ପ୍ରତିଷ୍ଠା ପାଇଁ ଆଲୋଚନା ହେବ। ଏନେଇ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ସେପଟେ ପୁରୀ ଏସପି କନୱର ବିଶାଳ ସିଂଙ୍କ ଅନୁସାପରେ,  ନାଥପୁରରେ ଆଇନକୁ ହାତକୁ ନେଇଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ତଦନ୍ତ ପାଇଁ ଦୁଇଟି ଟିମ୍ ଗଠନ ହୋଇଛି। ଏପରିକି ଘଟଣାରେ ସଂପୃକ୍ତି ନେଇ ଥାନାରେ ମଧ୍ୟ କିଛି ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ଘଟଣାସ୍ଥଳରେ ଅତିରିକ୍ତ ଏସପି, ସ୍ଥାନୀୟ ପୋଲିସ ସହ ୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ପରିସ୍ଥିତି ଉପରେ କଡ଼ା ନଜର ରଖାଯାଇଛି ।

   Related Posts