Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ପ୍ରେମ ଜାଲରେ ଫସାଇ, ଯୁବତୀଙ୍କୁ ପ୍ରତାରଣା ପରେ ହତ୍ୟା, ଘାଟିରୁ ହାଡ଼ ଓ ଚୁଡ଼ି ଠାବ କଲା ପୋଲିସ

13/11/2021 at 7:15 AM

ବଂଶପାଳ, ୧୩/୧୧: ପ୍ରେମ ଜାଲରେ ଫସାଇ, ଯୁବତୀଙ୍କୁ ପ୍ରତାରଣା ଓ ପରେ ହତ୍ୟା କଲା ପ୍ରେମିକ । ଦୀର୍ଘ ୧ ବର୍ଷ ପରେ ପ୍ରେମିକାଙ୍କର ହାଡ଼ ଓ ଚୁଡ଼ି ଟାଉନ୍ ଥାନା ଜୁଡ଼ିଆ ଘାଟିରୁ ଠାବ ହୋଇଛି । ଏଭଳି ଅଭାବନୀୟ ଘଟିଛି ବାଂଶପାଳ ବ୍ଲକ ନୟାକୋଟ ଥାନା ଅଞ୍ଚଳରେ । ଉପରକାଦକଳା ଗାଁର ଚକ୍ରଧର ଘଣା ନୟାକୋଟ ଗାଁର ନବାତ ଡାଙ୍ଗୁଆଙ୍କୁ ପ୍ରେମ ବିବାହ କରିବା ପରେ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା ।

ସୂଚନା ଅନୁଯାୟୀ, ଚକ୍ରଧର ଓ ନବାତ ଭିନ୍ନ ଜାତିର ହୋଇଥିବାରୁ ବିବାହ ପାଇଁ ଚକ୍ରଧରଙ୍କ ପରିବାର ରାଜି ନହେବାରୁ ଦୁହେଁ ଘର ଦ୍ଵାର ଛାଡ଼ି ପ୍ରଥମେ କଟକ ଓ ପରେ ମୟୁରଭଞ୍ଜ ଜିଲ୍ଲା ଯଶୀପୁର ଠାରେ ରହିଥିଲେ । ହେଲେ ଗତ ଜୁଲାଇ ମାସରେ ଚକ୍ରଧର ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବା ପରେ ନବାତଙ୍କ ପରିବାର ଲୋକଙ୍କର ସନ୍ଦେହ ବଢିଥିଲା । ଝିଅ କେଉଁଠି ବୋଲି ପଚାରିବାରୁ ଚକ୍ରଧରଙ୍କଠାରୁ ସନ୍ତୋଷଜନକ ଉତ୍ତର ନମିଳିବାରୁ ଥାନାର ଦ୍ୱାରସ୍ତ ହୋଇଥିଲେ ନବାତଙ୍କ ପରିବାର । ଗତ କିଛିଦିନ ହେବ ଥାନାରେ ଚକ୍ରଧରଙ୍କୁ ପଚରା ଉଚୁରା କରିବା ପରେ ଆଜି ନବାତଙ୍କ ହାଡ ଓ ଚୁଡ଼ି ଆଦି ଜୁଡ଼ିଆ ଘାଟିରୁ ଠାବ କରିଛି ପୋଲିସ ।

   Related Posts