Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ନବୀନଙ୍କ ଜନ୍ମଦିନରେ ନିଆରା କାର୍ଯ୍ୟକ୍ରମ: ଆଶ୍ରମରେ ଅନାଥ ପିଲାଙ୍କୁ ବହି, ଖାତା, କଲମ ଓ ବିସ୍କୁଟ୍ ବଣ୍ଟନ

16/10/2021 at 2:18 PM

କଳାହାଣ୍ଡି ୧୬/୧୦: ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ବିଭିନ୍ନ ଜିଲ୍ଲାରେ ଦଳୀୟ କାର୍ଯ୍ୟକ୍ରମ ମାନ ଆୟୋଜନ କରାଯାଉଛି । ଏହି ଅବସରରେ କଳାହାଣ୍ଡି ଜିଲ୍ଲା ବିଜୁ ଛାତ୍ର ଜନତା ଦଳ ତରଫରୁ ଭବାନୀପାଟଣା ଦୁଆର ସୁନି ସ୍ଥିତ ଗଙ୍ଗାଧର ଯୁବକ ସଂଘ ପକ୍ଷରୁ ଆଶ୍ରମରେ ଅନାଥ ପିଲାଙ୍କୁ ବହି, ଖାତା, କଲମ ଏବଂ ବିସ୍କୁଟ ବଣ୍ଟନ କରାଯାଇଛି ।

ଏହି କାର୍ଯ୍ୟକ୍ରମରେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ କାର୍ଯ୍ୟକାରୀ ସଭାପତି ଅବିନାଶ ଠାକୁର, ରାଜ୍ୟ ଛାତ୍ର ବିଜେଡି ସାଧାରଣ ସମ୍ପାଦକ ଅଭିଷେକ ମହାପାତ୍ର, ଜିଲ୍ଲା ଛାତ୍ର ବିଜେଡି ସମ୍ପାଦକ ରବି ନାଏକ, ଯୁବନେତା ରାଜକୁମାର ଛତ୍ରିଆ, ଗଗନ ନାଏକ, କାମାକ୍ଷ ସିଂହଦେଓ, ଆଶ୍ରମ ନିର୍ଦେଶିକା ଜୟଶ୍ରୀ ଦାସ, ଜିଲ୍ଲା ଛାତ୍ର ସାଧାରଣ ସମ୍ପାଦକ ଜିତେନ୍ଦ୍ର ବେହେରା , ସୁମିତ ପଣ୍ଡା ପ୍ରମୁଖ ଯୋଗଦେଇଥିଲେ ।

   Related Posts