Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ମମିତା ମେହେର ହତ୍ୟାକୁ ନେଇ କମୁନି ତାତି : ବିଜେପିର ୧୨ ଘଣ୍ଟିଆ ବୌଦ୍ଧ ବନ୍ଦ ଡାକରା

30/10/2021 at 7:37 AM

ବୌଦ୍ଧ, ୩୦|୧୦:  ମମିତା ମେହେର ମୃତ୍ୟୁ ମାମଲାକୁ ନେଇ ତେଜୁଛି ବିବାଦ ।  ଏନେଇ ୧୨ ଘଣ୍ଟିଆ ବୌଦ୍ଧ ବନ୍ଦ ଡାକରା ଦେଇଥିଲା ଭାରତୀୟ ଜନତା ପାର୍ଟି ।

ସକାଳ ୬ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବ । ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ଫାଶୀଦଣ୍ଡରେ ଦଣ୍ଡିତ କରିବାକୁ ଦାବି କରିଛି ବିଜେପି । ଏହାସହ ଘଟଣାର ନିରପେକ୍ଷ ତଦନ୍ତ ପାଇଁ ସିବିଆଇକୁ ତଦନ୍ତ ଦାୟିତ୍ୱ୍ୟ ଦେବାକୁ ଦଳ ପକ୍ଷରୁ ଦାବି କରାଯାଇଛି । 

ଜିଲ୍ଲାର ସମସ୍ତ ୩ଟି ବ୍ଲକ ଏବଂ ବୌଦ୍ଧ ଏନଏସିରେ ବନ୍ଦ କରିବାକୁ ବିଜେପି ଡାକରା ଦେଇଛି । ବନ୍ଦର ପ୍ରଭାବରେ ଶନିବାର ଜିଲ୍ଲାରେ ଦୋକାନ ବଜାର,ଗାଡି ମୋଟର ଚଳାଚଳ ସହ ସରକାରୀ ବେସରକାରୀ ପ୍ରତିଷ୍ଠାନ ସମ୍ପୁର୍ଣ୍ଣ ବନ୍ଦ ରହିଛି । ସକାଳୁ ସକାଳୁ ବିଜେପିର କର୍ମକର୍ତାମାନେ ବିଭିନ୍ନ ଛକରେ ପିକେଟିଂ କରୁଥିବା ଦେଖିବାକୁ ମିଳିଛି । ସହରର ବ୍ରିଜଛକ, ଏନ ଏସି ଛକ, ବୁଟୁପଳି ଛକ ଠାରେ ବହୁ ଯାନବାହାନ ଅଟକି ରହିଛି । ସେହିପରି ସୁରକ୍ଷା ଦୃଷ୍ଟିରୁ ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ବିଭିନ୍ନ ଛକରେ ପେଟ୍ରୋଲିଂ କରାଯାଉଛି ।

   Related Posts