Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫

15/01/2021 at 1:12 PM

ବ୍ରିସବେନ୍, ୧୫/୦୧:  ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବ୍ରିସବେନରେ ଖେଳାଯାଉଥିବା ଚତୁର୍ଥ ଟେଷ୍ଟରେ କଙ୍ଗାରୁ ଟିମ୍ ପ୍ରଥମ ଦିନ ଖେଳ ଶେଷସୁଦ୍ଧା ୫ ଓ୍ୱିକେଟ୍ ହରାଇ ୨୭୪ ରନ୍ କରିଛି । ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସାମ୍ନା କରିଥିଲା । ପରେ ଷ୍ଟିଭ୍ ସ୍ମିଥ୍ ଓ ମାର୍ଣ୍ଣସ୍ ଲାବୁସେନ ସ୍ଥିତି ସମ୍ଭାଳିଥିଲେ ।

ଟସ୍ ଜିତି ପ୍ରଥମେ ବ୍ୟାଟିଂ ଆରମ୍ଭ କରିଥିଲା କଙ୍ଗାରୁ ଟିମ୍ । ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆକୁ ପ୍ରାରମ୍ଭିକ ଝଟକା ଲାଗିଥିଲା । ଦଳର ସ୍କୋର ୪ ଥିବା ବେଳେ ଡେଭିଡ୍ ଓ୍ୱାର୍ଣ୍ଣର ମାତ୍ର ୧ ରନ୍ କରି ଆଉଟ୍ ହୋଇଥିଲେ । ସେହିପରି ୧୭ ରନରେ ଦଳ ମାର୍କସ୍ ହାରିସଙ୍କ ଓ୍ୱିକେଟ୍ ହରାଇଥିଲା । କ୍ରିଜରେ ପରେ ମାର୍ଣ୍ଣସ ଲାବୁସେନ ଓ ଷ୍ଟିଭ୍ ସ୍ମିଥ୍ ସ୍ଥିତି ସମ୍ଭାଳିଥିଲେ । ପରେ ସ୍ମିଥ୍  ୩୬ ଓ ଲାବୁସେନ ୧୦୮ ରନ୍ କରି ଆଉଟ୍ ହୋଇଥିଲେ । ସେହିପରି ମାଥ୍ୟୁ ଓ୍ୱାଡେ ମଧ୍ୟ ୪୫ ରନ୍ କରି ପ୍ୟାଭିଲିୟନ ଫେରିଥିଲେ ।  ଏବେ କ୍ରିଜରେ କ୍ୟାମେରନ୍ ଗ୍ରୀନ ୨୮ ଓ ଟିମ୍ ପେନ୍ ୩୮ ରନରେ ବ୍ୟାଟିଂ କରୁଛନ୍ତି । ଦଳର ସ୍କୋର ୫ ଓ୍ୱିକେଟ୍ ବିନିମୟରେ ୨୭୪ ରହିଛି ।

ସେହିପରି ଭାରତ ପକ୍ଷରୁ ଟି ନଟରାଜନ ଦୁଇଟି ଓ୍ୱିକେଟ୍ ନେଇଥିବା ବେଳେ  ମହମ୍ମଦ ସିରାଜ, ଶାର୍ଦୁଳ ଠାକୁର ଓ ଓ୍ୱାଶିଂଟନ ସୁନ୍ଦର ଗୋଟିଏ ଲେଖାଏଁ ଓ୍ୱିକେଟ୍ ନେଇଛନ୍ତି ।

   Related Posts