Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ନୃଶଂସ ଦେଢଶୂର, ଜମିଜମା ବିବାଦରୁ ଭାଇବୋହୂକୁ କଟୁରୀରେ ହାଣିପକାଇଲା

19/10/2020 at 1:54 PM

ବାଲିପାଟଣା ୧୯।୧୦: ଭାଇ ବୋହୂକୁ ହାଣିଲା ଦେଢଶୁର । ମରଣାନ୍ତକ ଆକ୍ରମଣରେ ଗୁରୁତର ହୋଇଛନ୍ତି ମହିଳା । ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ଅଭୟମୁଖି ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଜମିଜମା ବିବାଦରୁ ଏଭଳି ମରଣାନ୍ତକ ଆକ୍ରମଣ ହୋଇଥିବା ସୂଚନା ମିଳିଛି ।

ସୂଚନାଯୋଗ୍ୟ ଯେ, ଅଭୟମୁଖି ଗ୍ରାମର ଦୁଇ ଭାଇ ଗୋବିନ୍ଦ ସାହୁ ଏବଂ ନନ୍ଦକିଶୋର ସାହୁଙ୍କ ମଧ୍ୟରେ ଜମିଜମା ବିବାଦ ଲାଗି ରହିଥିଲା । ପୂର୍ବରୁ ଉଭୟ ଏକାଧିକ ଥର ଥାନାକୁ ଯାଇଥିଲେ । ଭଦ୍ରଲୋକଙ୍କ ଉପସ୍ଥିତିରେ ଅନେକଥର ଗଣ୍ଡଗୋଳର ସମାଧାନ କରାଯାଇଛି । କୌଣସି ଘଟଣାକୁ ନେଇ ଦୁଇ ଜଣଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଏଥିରେ ଗୋବିନ୍ଦ ସାହୁ ଉତକ୍ଷିପ୍ତ ହୋଇ ଘରୁ ଏକ କଟୁରୀ ଆଣି ମାନସୀ ସାହୁଙ୍କୁ ଅତର୍କିତ ଆକ୍ରମଣ କରିଥିଲା । ମାନସୀଙ୍କର ମୁଣ୍ଡ ଏବଂ ହାତକୁ ହାଣିପକାଇଥିଲା ବାବୁଲା ।

ଘଟଣାସ୍ଥଳରେ ମାନସୀ ଗୁରୁତର ହୋଇପଡିଥିଲେ । ତାଙ୍କୁ ଭୁବନେଶ୍ଵର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ଅବସ୍ଥା ଗୁରୁତର ରହିଛି । ଖବର ପାଇ  ଅଭୟମୁଖୀ ଗ୍ରାମରେ ବାଲିପାଟଣା ପୋଲିସ ପହଁଞ୍ଚି ତଦନ୍ତ କରୁଛି ।

   Related Posts