ଭୁବନେଶ୍ବରରୁ ବ୍ରାଉନସୁଗାର ଜବତ, ଦୁଇ ଗିରଫ

Published By : Prameya-News7 Bureau | May 17, 2019 IST

ଭୁବନେଶ୍ବର ୧୭|୫: ଭୁବନେଶ୍ବର ମଞ୍ଚେଶ୍ବର ଅଞ୍ଚଳରୁ ମଧ୍ୟ ୫୩ ଗ୍ରାମ୍ ବ୍ରାଉନସୁଗାର ଜବତ ହୋଇଛି । ବ୍ରାଉନସୁଗାର ଜବତ କରିଛି ଅବକାରୀ ଗୁଇନ୍ଦା ବିଭାଗ । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୫ ଲକ୍ଷ ୩୦ ହଜାର ଟଙ୍କା । ବ୍ରାଉନସୁଗାର କାରବାରରେ ଜଣଙ୍କୁ ଗିରଫ କରାଯାଇଛି ।

ସେହିଭଳି ସହୀଦନଗର ଥାନା ଅଞ୍ଚଳରୁ ୧୮ ଗ୍ରାମ୍ ବ୍ରାଉନସୁଗାର ଜବତ ହୋଇଛି । ବ୍ରାଉନସୁଗାର କାରବାର ଅଭିଯୋଗରେ ଜଣଙ୍କୁ ଗିରଫ କରାଯାଇଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧ ଲକ୍ଷ ୮୦ ହଜାର ଟଙ୍କା । ଏନେଇ ଭୁବନେଶ୍ବର ଡିସିପି ଅନୁପ ସାହୁ ସୂଚନା ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.