Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷ ହେଲା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା, ୧୧ ରୁ ଆରମ୍ଭ ହେବ ମୂଲ୍ୟାୟନ
  • ||
  • ଉପର ମୁଣ୍ଡରେ ନାହିଁ ବଡ ବର୍ଷା, ରେଙ୍ଗାଳିରୁ ଗୋଟିଏ ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
  • ||
  • ସାଲେପୁର : AC ମେକାନିକ୍‌ଙ୍କ କାରନାମା, ମହିଳାଙ୍କ ଗାଧୁଆ ଘରେ ରେକର୍ଡିଂ ମୋଡ୍‌ରେ ମୋବାଇଲ୍ ରଖି ହେଲେ ଗିରଫ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ବାରିପଦା : ଆଜିଠୁ ଖୋଲିଲା ଦ୍ବିତୀୟ ଶ୍ରୀକ୍ଷେତ୍ର, ମୟୂରଭଞ୍ଜର ସମସ୍ତ ମଠ ମନ୍ଦିରରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ
  • ||
  • ମହାକାଳପଡା : ଆଜିଠୁ ଖୋଲିଲା ଐତିହାସିକସ୍ଥଳୀ ହୁକିଟୋଲା, ଜଳଯାତ୍ରାର ମଜା ଉଠାଉଛନ୍ତି ପର୍ଯ୍ୟଟକ
  • ||
  • ବୌଦ୍ଧ : ଚୋରା ଚାଲାଣ ବେଳେ ୧୬ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||

ଚଢ଼ିଗଲା ଚାଉଳ ବୋଝେଇ ଟ୍ରକ: ଘଟଣାସ୍ଥଳରେ ବୃଦ୍ଧଙ୍କ ମୃତ୍ୟୁ

1/08/2020 at 7:14 PM

କେନ୍ଦୁଝର୧/୮: କେନ୍ଦୁଝର ଜିଲ୍ଲା ପାଟଣା କେନ୍ଦୁଝର ରାସ୍ତାର କେନ୍ଦେଇ ପଶି ପୋଷ୍ଟ ଅଫିସ ନିକଟରେ ଏକ ୬ ଚକିଆ ଚାଉଳ ବୋଝେଇ ଟ୍ରକ ଜଣେ ବୃଦ୍ଧଙ୍କ ଉପରେ ଚଢି ଯିବାରୁ  କେନ୍ଦେଇ ପଶି ଗ୍ରାମରବୃଦ୍ଧ ଗଙ୍ଗାଧର ବେହେରାଙ୍କ ମୃତ୍ୟୁ ଘଟିଛି । ସୂଚନା ଅନୁଯାୟୀ  ଗଙ୍ଗାଧର ସାଇକେଲ ସାହାଯ୍ୟରେ ମାଂସ ନେଇ ଘରକୁ ଯାଉଥିବା ସମୟରେ ବିପରୀତ ଦିଗରୁ ଦ୍ରୁତଗତିରେ ଆସୁଥିବା ଏକ ଚାଉଳ ବୋଝେଇ ୬ ଚକିଆ ଟ୍ରକ ତାଙ୍କ ଉପରେ ଚଢି ଯାଇଥିଲା। ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଗୁରୁତର ଅବସ୍ଥାରେ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଘଟଣା ସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଁଞ୍ଚି ନଥିବାରୁ ଅସନ୍ତୋଷ ଦେଖା ଦେଇଛି । ଅନ୍ୟପଟେ ଦୁର୍ଘଟଣା ଘଟାଇ ଘଟଣାସ୍ଥଳରୁ ଗାଡି ଫେରାର ହୋଇ ଯାଇଛି।

   Related Posts