Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫେବୃଆରୀ ୨ରେ ପ୍ରକାଶ ପାଇବ ସିବିଏସଇ ଦଶମ ଓ ଦ୍ବାଦଶ ପରୀକ୍ଷା ସୂଚୀ
  • ||
  • ରାସ୍ତା କାର୍ଯ୍ୟର ତଦାରଖ କଲେ ସାଂସଦ ମଞ୍ଜୁଲତା ମଣ୍ଡଳ, ପିଚୁ ଉଠିଯାଉଥିବା ନେଇ ହୋଇଥିଲା ଅଭିଯୋଗ
  • ||
  • ମୁନିଗୁଡା : ମାଲବାହୀ ଟ୍ରେନ୍‌ର ୪ଟି ବଗି ଲାଇନଚ୍ୟୁତ, ରାୟଗଡା-ଟିଟିଲାଗଡ ମଧ୍ୟରେ ରେଳ ଚଳାଚଳ ବାଧାପ୍ରାପ୍ତ
  • ||
  • ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ପ୍ରତାପ ଦେବଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦେଲା ବିଜେଡି
  • ||
  • କୋରାପୁଟ : ଘାଟିରେ ସିରିଜ୍ ଦୁର୍ଘଟଣା, ତେଲ ଟ୍ୟାଙ୍କରକୁ ପିଟିଲା ଟ୍ରକ୍, ବ୍ରେକ୍ ଫେଲ୍ ହେବାରୁ ଟ୍ରକ୍କୁ ଧକ୍କାଦେଲା ପିକଅପ୍ ଭ୍ୟାନ୍
  • ||
  • ରାଉରକେଲା : ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ଶନିବାର ରାତିରୁ ଥିଲେ ନିଖୋଜ, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଗତସିଂହପୁର : ବ୍ୟାଙ୍କ୍ ଲୁଟ୍ ଉଦ୍ୟମ ପଣ୍ଡ, ଆଲମିରାରେ ନିଆଁ ଲାଗି ପୋଡିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କୁ କରୋନା : ୟେଦୁରାପ୍ପାଙ୍କ ଝିଅ ମଧ୍ୟ କୋଭିଡ଼-୧୯ ସଂକ୍ରମିତ, ମେଡିକାଲରେ ଭର୍ତ୍ତି

3/08/2020 at 9:22 AM

ନୂଆଦିଲ୍ଲୀ ୦୩।୦୮: ଗୃହମନ୍ତ୍ରୀ ଅମିତ ଶାହା, ଉତ୍ତରପ୍ରଦେଶ ବିଜେପି ମୁଖ୍ୟଙ୍କ ପରେ ଏବେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌ ୟେଦୁରାପ୍ପା କରୋନାରେ ଆକ୍ରାନ୍ତ ହୋଇଛନ୍ତି । କରୋନା ସଂକ୍ରମଣର ଶିକାର ହୋଇଥିବା ନେଇ ନିଜେ ଟ୍ବିଟ କରି ଜଣାଇଛନ୍ତି ୟେଦୁରାପ୍ପା । ୭୭ ବର୍ଷୀୟ ୟେଦୁରାପ୍ପା ସମ୍ପୂର୍ଣ୍ଣ ସୁସ୍ଥ ଥିବା ବେଳେ ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେପଟେ ତାଙ୍କ ଝିଅ ମଧ୍ୟ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି ।

ସେହିପରି ନିକଟରେ ତାଙ୍କ ସହିତ ମିଳାମିଶା କରିଥିବା ବ୍ୟକ୍ତିଙ୍କୁ କ୍ବାରେଣ୍ଟାଇନରେ ରହିବାକୁ ଅନୁରୋଧ କରିଛନ୍ତି ୟେଦୁରାପ୍ପା । ସେପଟେ ତାଙ୍କ ଝିଅଙ୍କର ମଧ୍ୟ କୋଭିଡ଼ ଟେଷ୍ଟ କରାଯାଇଥିଲା । ତାଙ୍କ ରିପୋର୍ଟ ମଧ୍ୟ ପଜିଟିଭ୍‌ ଆସିଛି । ତାଙ୍କୁ ମଧ୍ୟ ମେଡିକାଲରେ ଭର୍ତ୍ତି କରାଯାଇଛି । କର୍ଣ୍ଣାଟକରେ ଏ ପର୍ଯ୍ୟନ୍ତ ପ୍ରାୟ ଏକ ଲକ୍ଷ ୪୦ ହଜାର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ପ୍ରାୟ ୭୫ ହଜାର ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ୨୫ ଶହ ଲୋକଙ୍କ ଜୀବନ ନେଇଛି କରୋନା ।

ସୂଚନାଯୋଗ୍ୟ ଯେ, ଗତକାଲି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କରୋନାରେ ଆକ୍ରାନ୍ତ ହୋଇଥିବା ନିଜେ ଟ୍ୱିଟ୍‌ କରି ଜଣାଇଥିଲେ । କରୋନାର ପ୍ରାଥମିକ ଲକ୍ଷଣ ଦେଖାଯାଉଥିବାରୁ ସେ ତାଙ୍କର କୋଭିଡ଼ ଟେଷ୍ଟ କରାଇଥିଲେ । ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିବାରୁ , ସେ ଡାକ୍ତରଙ୍କ ପରାମର୍ଶରେ ମେଡାକଲରେ ଭର୍ତ୍ତି ହୋଇଛନ୍ତି ବୋଲି ଟ୍ୱିଟ୍‌ କରି ସୂଚନା ଦେଇଥିଲେ ।

ସେହିପରି ଉତ୍ତରପ୍ରଦେଶ ବିଜେପି ଅଧ୍ୟକ୍ଷ ସ୍ୱତନ୍ତ୍ର ଦେବ ସିଂହଙ୍କର ରବିବାର ଦିନ କରୋନା ରିପୋର୍ଟ ପଜିଟିଭ ଆସିଛି । ଟ୍ୱିଟ କରି ଏ ସମ୍ପର୍କରେ ସେ ନିଜେ ସୂଚନା ଦେଇଛନ୍ତି | ସ୍ୱତନ୍ତ୍ର ଦେବଙ୍କ ମଧ୍ୟରେ ପ୍ରାଥମିକ କରୋନା ଲକ୍ଷଣ ପରିଲକ୍ଷିତ ହେବାପରେ ଶନିବାର ଦିନ ଯାଞ୍ଚ କରିଥିଲେ  । ରବିବାର ଦିନ ତାଙ୍କର ରିପୋର୍ଟ ପଜିଟିଭ ଆସିଛି । ଡାକ୍ତରଙ୍କ ପରାମର୍ଶରେ ସେ ହୋମ କ୍ଵାରେଣ୍ଟାଇନରେ ଅଛନ୍ତି | ସମସ୍ତଙ୍କୁ ସଚେତନ ରହିବାକୁ ଏବଂ ସରକାରୀ ଗାଇଡଲାଇନ ପାଳନ କରିବାକୁ ଅପିଲ  ମଧ୍ୟ କରିଛନ୍ତି |  

   Related Posts