Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ନିଆଁ ଲିଭାଇବା ବେଳେ ଅଘଟଣ : ଭୁଷୁଡି ପଡିଲା ବିଲ୍ଡିଂ, ୨ ଅଗ୍ନିଶମ କର୍ମଚାରୀ ମୃତ, ୨ ଆହତ

14/11/2020 at 4:47 PM

ମଦୁରାଇ ୧୪।୧୧: ତାମିଲନାଡୁ ମଦୁରାଇରେ ଶନିବାର ଏକ ବିଲ୍ଡିଂରେ ଅଗ୍ନିକାଣ୍ଡ ହୋଇଥିଲା । ନିଆଁ ଲିଭାଇବା ବେଳେ ବିଲ୍ଡିଂଟି ଭୁଷୁଡି ପଡିବାରୁ ଦୁଇ ଦମକଳ ବାହିନୀର ଦୁଇ ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାର ଅଗ୍ନିଶମ ବାହିନୀର ଦୁଇ ଜଣ କର୍ମଚାରୀ ଆହତ ହୋଇଛନ୍ତି । ମୃତକ ଦୁଇ କର୍ମଚାରୀ ହେଲେ ଶିବରାଜନ ଏବଂ ପି. କୃଷ୍ଣାମୂର୍ତ୍ତି ।

ମୁଖ୍ୟମନ୍ତ୍ରୀ ପଲାନୀସ୍ବାମୀ ଦୁଇ ଅଗ୍ନିଶମ କର୍ମଚାରୀଙ୍କ ମୃତ୍ୟୁରେ ଶୋକ ବ୍ୟକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ଉଭୟ ମୃତକଙ୍କ ପରିବାର ପାଇଁ ୨୫-୨୫ ଲକ୍ଷ ଟଙ୍କାର ସହାୟତା ରାଶି ଦେବା ପାଇଁ ଘୋଷଣା କରିଛନ୍ତି । ଏହା ବ୍ୟତୀତ ପରିବାରର ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଅନୁସାରେ ସରକାରୀ ଚାକିରୀ ଦେବାଲାଗି ଘୋଷଣା କରିଛନ୍ତି । ଆହତ କର୍ମଚାରୀଙ୍କୁ ୩-୩ ଲକ୍ଷ ଟଙ୍କା ପ୍ରଦାନ କରାଯିବା ସହ ସେମାନଙ୍କୁ ମାଗଣାରେ ଚିକିତ୍ସା କରାଯିବ ।

ପୋଲିସର ସୂଚନା ଅନୁସାରେ ହୁଏତ ବିଦ୍ୟୁତ୍ ସର୍ଟ ସର୍କିଟ୍ ରୁ ପୁରୁଣା ବିଲ୍ଡିଂରେ ଅଗ୍ନିକାଣ୍ଡ ହୋଇଛି । ନିଆଁକୁ ଆୟତ କରିବା ସମୟରେ ବିଲ୍ଡିଂଟି ସମ୍ପୂର୍ଣ୍ଣ ଭୁଷୁଡି ପଡିଥିଲା । ଫଳରେ ୪ ଜଣ ଅଗ୍ନିଶମ କର୍ମଚାରୀ ଦବି ରହିଯାଇଥିଲେ । ଏମାନଙ୍କ ମଧ୍ୟରୁ ଦୁଇ ଜଣଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ଦୁଇ ଜଣଙ୍କୁ ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି ।

   Related Posts