Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ପ୍ରବାସୀ ଓଡ଼ିଆଙ୍କୁ ନେଇ ସୁରଟରୁ ଆସୁଥିବା ବସ୍‌ କଳିଙ୍ଗାଘାଟିରେ ଓଲଟିଲା, ୨ ମୃତ, ୧୫ ଆହତ

2/05/2020 at 8:32 PM

କନ୍ଧମାଳ୨/୫: ପ୍ରବାସୀ ଓଡ଼ିଆଙ୍କୁ ଧରି ସୁରାଟରୁ ଗଞ୍ଜାମ ଆସୁଥିବା ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କନ୍ଧମାଳ ଜିଲ୍ଲା କଳିଙ୍ଗାଘାଟିର ଅନ୍ଧାକୋଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ଜଣେ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ୧୫ ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ବସରେ ୬୮ ଜଣ ପ୍ରବାସୀ ଓଡ଼ିଆ ଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ପୋଲିସ୍ ଓ ଅଗ୍ନିଶମ ବାହିନୀ ପହଞ୍ଚି ଗୁରୁତରଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ସୂଚନା ମୁତାବକ, କଳିଙ୍ଗାଘାଟିରେ ଥିବା ଏକ ୟୁ ଟର୍ନ କ୍ରସ କରିବା ସମୟରେ ବସ୍‌ଟି ଓଲଟି ପଡ଼ିଥିଲା। ଗୁରୁତରମାନଙ୍କୁ ଜି-ଉଦୟଗିରି ହସ୍ପିଟାଲରେ ଭର୍ତ୍ତି କରାଯାଉଛି। ୧୫ ଗୁରୁତରଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଅଛି। ଏହି ବସରେ ଅଧିକଂଶ ଯୁବକ ଥିବା ବେଳେ ପିଲା ମଧ୍ୟ ରହିଛନ୍ତି। ମୃତ ଜଣଙ୍କ ନାଁ ଚିତରଞ୍ଜନ ସେଠୀ। ଏହି ବ୍ୟକ୍ତିଙ୍କ ଗଞ୍ଜାମ ବୁଗୁଡ଼ା ଅଞ୍ଚଳର ବୋଲି ଜଣାପଡିଛି। ଏହାସହ ପ୍ରଶାସନିକ ଅଧିକାରୀ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ତଦାରଖ କରୁଛନ୍ତି। ଏହି ସମସ୍ତ ଗଞ୍ଜାମ ଜିଲ୍ଲା ବୋଲି ଜଣାପଡିଛି। ଏହି ଦୁର୍ଘଟଣାଗ୍ରସ୍ତ ବସଟି ନମ୍ବର GJ18X2693।

   Related Posts