Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ଗଛରେ ପିଟିହେଲା ବସ୍, ୧୦ ଯାତ୍ରୀ ଆହତ : ଡ୍ରାଇଭିଂ ସିଟ୍‌ରେ ଥିବା ହେଲପର୍ ଗାଡି ଛାଡି ଛୁ

17/12/2019 at 2:43 PM

ଆଠଗଡ ୧୭।୧୨:  ଗଛରେ ପିଟିହେଲା ବସ୍ । ଦୁଇ ଜଣ ଗୁରୁତର ହୋଇଥିବା ବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି । ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଗୁରୁତର ଏବଂ ଆହତମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛି ।

ସୂଚନାଯୋଗ୍ୟ ଯେ, ୬୫ ନମ୍ବର ରାଜ୍ୟ ରାଜପଥ ବଡମ୍ବା ହାଟ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଭାରସାମ୍ୟ ହରାଇ ମହାଲକ୍ଷ୍ମୀ ନାମକ ଏକ ଘରୋଇ ବସ୍ ଏକ ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ବସ୍ ଟି ଭଟ୍ଟାରିକାରୁ କଟକ ଯାଉଥିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି ।

ଦୁର୍ଘଟଣା ଫଳରେ ଦୁଇ ଜଣ ଗୁରୁତର ହୋଇଥିବା ବେଳେ ୧୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଗୁରୁତରମାନଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଆହତମାନଙ୍କୁ ବଡମ୍ବା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ବଡମ୍ବା ପୋଲିସ ପହଞ୍ଚି ବସକୁ ଜବତ କରିଛି। ଦୁର୍ଘଟଣା ଘଟାଇବା ପରେ ଘଟଣାସ୍ଥଳରୁ ଚାଳକ ଫେରାର ହୋଇଯାଇଛି । ତେବେ ବସ୍ ର ହେଲପର ବସ୍ ଟି ଚଳାଉଥିବା ଜଣାପଡିଛି ।

ରାଜ୍ୟରେ ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଯାଞ୍ଚ କଡାକଡି କରାଯାଉଛି । ହେଲେ କିଭଳି ଜଣେ ହେଲପର ଯାତ୍ରୀବାହୀ ବସ୍ କୁ ଚଲାଉଥିଲେ ତାହାକୁ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

   Related Posts