Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଲିଗୁଡା : ପାରିବାରିକ କଳହ ନେଲା ଜୀବନ, ଚୈତନ୍ୟଙ୍କୁ ମାରିଦେଲେ ବାପା ଓ ୨ ଭାଇ
  • ||
  • ବାଙ୍କୀ : ବାଙ୍କୀ ହୁଳୁହୁଳା ପୋଲ ଉପରେ ପୁଣି ୨ ଫୁଟ ବନ୍ୟା ଜଳ ପ୍ରବାହିତ, ଯାତାୟାତ ବାଧାପ୍ରାପ୍ତ
  • ||
  • ଚାନ୍ଦବାଲି : ଚାନ୍ଦବାଲିର ୪ ପଞ୍ଚାୟତର ୧୦ଗୋଟି ଗାଁ ବନ୍ୟା ଘେରରେ, ୨ଟି ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଓଭରବ୍ରିଜ୍ ଉପରେ ବିରାଟ ଗାତ, ବିପଦସଙ୍କୁଳ ଅବସ୍ଥାରେ ଚଳାଚଳ କରୁଛି ଯାନବାହାନ
  • ||
  • ଚଣ୍ଡିଖୋଲ : ଗ୍ୟାସ୍ ଗାଡି ସହ ବାଇକ୍ ଧକ୍କା : ୨ ଗୁରୁତର, ଜାତୀୟ ରାଜପଥରେ ଗ୍ୟାସ୍ ଲିକ୍
  • ||
  • ମାଟି ଘରେ ଶୋଇଥିଲେ ବୃଦ୍ଧା, ହଠାତ ମାଡି ବସିଲା କାନ୍ଥ
  • ||
  • ଭୁବନେଶ୍ବର : ସିଲ୍ ହେଲା ଭୁବନେଶ୍ବର ତହସିଲ୍ ଓ ଉପଜିଲ୍ଲାପାଳ ଅଫିସ୍, କରୋନା ପଜିଟିଭ୍ ସଂଖ୍ୟା ବଢିବାରୁ ପଦକ୍ଷେପ
  • ||
  • ପାଟଣାଗଡ : ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ମାତିଛନ୍ତି ହାତୀପଲ : ଜଳକ୍ରୀଡା ପରେ ଭାଙ୍ଗୁଛନ୍ତି ଘର, ନଷ୍ଟ କରୁଛନ୍ତି ଫସଲ
  • ||
  • କଟକ : ମୁଣ୍ଡଳୀରେ ବଢିଲା ମହାନଦୀ ଜଳସ୍ତର, ସେପଟେ ନରାଜରେ କାଠଯୋଡି ଜଳସ୍ତର ସାମାନ୍ୟ ବୃଦ୍ଧି
  • ||

ଭାରସାମ୍ୟ ହରାଇ ଓଲଟିଲା ବସ୍ ; ଜଣେ ମୃତ, ୮ ଗୁରୁତର

13/12/2018 at 9:24 AM

ବୌଦ୍ଧ ୧୩|୧୨: ଭାରସାମ୍ୟ ହରାଇ ଓଲଟିଲା ବସ୍ । ଜଣେ ମୃତ, ୮ଗୁରୁତର । ବୌଦ୍ଧ ଚାରିଛକ ମାରଦିଙ୍ଗ ଠାରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତି ଖରିଆରର ଆରଏସଏସ କର୍ମକର୍ତ୍ତା ଶାରଦା ପ୍ରସନ୍ନ ବଲ୍ଲ । ୬ ଜଣ ଗୁରୁତର ବୌଦ୍ଧ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି । ଅନ୍ୟ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ବୁର୍ଲା ସ୍ଥାନାନ୍ତର କରାଯାଇଛି । ଆହତମାନେ ହେଲେ ଖରିଆରର ରାମଲାଲ ସିଂହ, ନୂଆପଡା ବରଗାଁଓର ଡମ୍ବରୁଧର ବଗର୍ତ୍ତି, ନୂଆପଡା ରାମପୁରରଗୋଲକ ବିହାରୀ ସାହୁ, ଆଠମଲ୍ଲିକର କିଶୋର ସାହୁ ଓ ବିଷ୍ଣୁ ସେନ । ବିଳମ୍ବିତ ରାତିରେ କଟକଠାରୁ ଖରିଆର ଅଭିମୁଖେ ଆସୁଥିବା ଜୟ ମାତାଦୀ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ବସ୍‌ରେ ମୋଟ୍  ୩୦ ଜଣ ଯାତ୍ରୀ ଥିଲେ । ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ କରୁଛି ।

   Related Posts