ବସ୍-ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା, ୨୦ରୁ ଅଧିକ ଆହତ

Published By : Prameya-News7 Bureau | November 20, 2019 IST

ନୀଳଗିରି ୨୦।୧୧: ବାଲେଶ୍ବର ଜିଲ୍ଲା ନୀଳଗିରି ଉଦଳା ରାସ୍ତା ତେଲିପାଳ ଆଶ୍ରମ ସ୍କୁଲ ନିକଟରେ ବସ୍ ଦୁର୍ଘଟଣା ଘଟିଛି । ବସ୍ ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି ।  

{"id":186956,"sizeSlug":"large"}

ସୂଚନାଯୋଗ୍ୟ ଯେ, ବାଲେଶ୍ବର ରୁ ଉଦଳା ଯାଉଥିବା ସାହୁ ନାମକ ଏକ ଘରୋଇ ବସ-ଟ୍ରକ ମଧ୍ୟରେ ମୁହାଁମୁହିଁ ଦୁର୍ଘଟଣା ହୋଇଛି। ଦୁର୍ଘଟଣା ପରେ ବସଟି ରାସ୍ତା କଡରେ ଥିବା ଏକ ଗଛରେ ପିଟିହୋଇଯାଇଥଲା । ବସରେ ଥିବା ଯାତ୍ରୀଙ୍କ ମଧ୍ୟରୁ ପାଞ୍ଚ ଜଣ ଗୁରୁତର ହେବା ସହ ୨୦ରୁ ଅଧିକ ଆହତ ହୋଇଥିବାର ସୂଚନା ମିଳିଛି । ସମସ୍ତ ଗୁରୁତର ଥିବା ଯାତ୍ରୀମାନଙ୍କୁ  ବରମପୁର ଓ ନୀଳଗିରି ମେଡିକାଲରେ ଭର୍ତ୍ତି କରାଯାଇଛି। ବରହମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.