Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ଟ୍ରକ୍‌କୁ ପିଟିଲା ବସ୍: ୭ ମୃତ, ୨୦ରୁ ଅଧିକ ଆହତ

27/12/2020 at 5:34 PM

ଆସାମ ୨୭/୧୨: ଟ୍ରକ୍‌କୁ ଯାତ୍ରୀବାହୀ ବସ୍‌ ଧକ୍କା ଦେବାରୁ ୭ ଜଣଙ୍କ ମୃତ୍ୟୁ ହୋଇଛି। ଏହା ସହ ୨୦ରୁ ଅଧିକ ଆହତ ହୋଇଛନ୍ତି। ଦୁର୍ଘଟଣାଟି ଆସାମାର କୋକ୍ରାଝର ଜିଲ୍ଲା ବୋଗ୍ରିବାରିରେ ଘଟିଛି। ରବିବାର ହୋଇଥିବା ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।

ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୋଲିସ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି। ମୃତକମାନଙ୍କ ପରିଚୟ ପୋଲିସ ଖୋଜୁଥିବା ବେଳେ ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ତେବେ ବସ୍‌ଟି ଯାତ୍ରୀଙ୍କୁ ନେଇ କେଉଁ ସ୍ଥାନକୁ ଯାଉଥିଲା ଓ ବସ୍‌ ଉପରୁ ଡ୍ରାଇଭରର ନିୟନ୍ତ୍ରଣ କେମିତି ହଟିଲା ସେନେଇ ପୋଲିସ ତଦନ୍ତ କରୁଥିବା ମଧ୍ୟ ଜଣାପଡ଼ିଛି। ଏହା ସହ ଏହି ଦୁର୍ଘଟଣାର ଅନ୍ୟ କାରଣ ସମ୍ପର୍କରେ ଜଣାପଡ଼ିନାହିଁ।

   Related Posts