Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||

ପୋଲ ଉପରେ ଲହଡି ମାରୁଛି ବନ୍ୟାଜଳ, ଦୁଃସାହାସିକ ଭାବେ ବସ୍‌କୁ ପାର କଲେ ଚାଳକ

15/09/2021 at 3:14 PM

ପାଟଣା ୧୫।୯: କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ୍ ଦାମାହୁଦାଠାରୁ ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡାକୁ ସଂଯୋଗ କରୁଥିବା ରାସ୍ତାର ବନ୍ୟାଜଳ ପ୍ରବାହିତ । କୁମୁଳାବାହାଳି ତେଲ ନଦୀ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ କେନ୍ଦୁଝର ଜିଲ୍ଲାର ଦାମାହୁଦାଠାରୁ ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡାକୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ହେଲେ ଏହି ସମୟରେ ଏକ ଯାତ୍ରୀବାହୀ ବସ୍ ବନ୍ୟାଜଳ ଉପରେ ଦୁଃସାହାସିକ ଭାବେ ଯାତ୍ରା କରୁଥିବା ଦୃଶ୍ୟ ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଛି ।

ଗତ ୪ ଦିନ ଧରି ଲଗାଣ ବର୍ଷାରେ ଜିଲ୍ଲାର ବିଭିନ୍ନ ନଦୀ ଓ ନାଳର ଜଳସ୍ତର ବୃଦ୍ଧି ପାଇଛି। ମଙ୍ଗଲବାର ବିଳମ୍ବିତ ରାତିରେ ସାହାରପଡା ବ୍ଲକ୍ ଅଞ୍ଚଳରେ ବର୍ଷା ଯୋଗୁଁ ନଦୀ ଓ ନାଳରେ ଜଳସ୍ତର ବୃଦ୍ଧି ପାଇ ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି ।

   Related Posts