Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଙ୍କୀ : ଶୌଚ ପାଇଁ ଯିବାବେଳେ କଚାଡି ଦେଲା ଦନ୍ତା, ଜଣେ ଗୁରୁତର
  • ||
  • ଭୁବନ : ୨ ଦିନ ପାଇଁ କଲେଜ ସଟ୍‌ଡାଉନ୍, କରୋନା ସଂକ୍ରମିତ ଚିହ୍ନଟ ପରେ ପଦକ୍ଷେପ‌
  • ||
  • ରାଜ୍ୟରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ, ୧୯୩୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ବଢ଼ି ଚାଲିଛି କରୋନା ସଂକ୍ରମଣ, ମହାରାଷ୍ଟ୍ରରେ ଆଜିଠାରୁ ମେ ପହିଲା ପର୍ଯ୍ୟନ୍ତ ୧୪୪ ଧାରା
  • ||
  • ଜଗତସିଂହପୁର : ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି : ମା ଶାରଳାଙ୍କ ପୀଠରେ ଲାଗୁ ହେଲା ୧୪୪ ଧାରା, ନୀତି ସମ୍ପନ୍ନ କରିବେ ସେବାୟତ
  • ||
  • ବାରଙ୍ଗ : ନନ୍ଦନକାନନକୁ ନୂଆ ଅତିଥି, ଦ୍ୱିତୀୟ ଥର ପାଇଁ ମା ହେଲା ବାଘୁଣୀ ମେଘା
  • ||
  • ୨ହଜାର ଟପିଲା ସଂକ୍ରମଣ : ରାଜ୍ୟରେ ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୨୨୬୭ ପଜିଟିଭ୍ ଚିହ୍ନଟ
  • ||

ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଭୁବନେଶ୍ୱର ଆସୁଥିଲେ ୪୦ରୁ ଅଧିକ ଲୋକ

4/03/2021 at 11:44 AM

ଆନନ୍ଦପୁର ୦୪।୦୩:  ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍‌ । ଆନନ୍ଦପୁର-କରଞ୍ଜିଆ ରାସ୍ତାର ସାତକୋଶିଆ ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍‌ । ଦୁର୍ଘଟଣାରେ ଅନେକ ଯାତ୍ରୀ ଆହତ ହୋଇଥିବାର ସୂଚନା ମିଳିଛି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ହ୍ୟୁମାଲ୍‌ ନାମକ ଏକ ବସ୍‌ କରଞ୍ଜିଆରୁ ଭୁବନେଶ୍ୱର ଆସୁଥିଲା । କିନ୍ତୁ କେନ୍ଦୁଝର ଜିଲ୍ଲା ଆନନ୍ଦପୁର-କରଞ୍ଜଆ ରାସ୍ତାରେ ଥିବା ଏକ ଘାଟି ନିକଟରେ ବସ୍‌ଟି ଅତିକ୍ରମ କରୁଥିବା ସମୟରେ ହଠାତ୍‌ ଦୁର୍ଘଟଣାର ଶିକାର ହୋଇଯାଇଛି । ବସ୍‌ରେ ୪୦ଜଣ ଯାତ୍ରୀ ଅଳ୍ପକେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ।

ସେପଟେ ଦୁର୍ଘଟଣାରେ କିଛି ଯାତ୍ରୀଙ୍କୁ ସାମାନ୍ୟ ଆଘାତ ଲାଗିଥିବାର ସୂଚନା ମଧ୍ୟ ରହିଛି । ସେମାନଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟରେ ଥିବା ମେଡିକାଲରେ ଭର୍ତ୍ତି କରାଯାଇଛି । ସେହିପରି ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ଛାନ୍‌ଭିନ୍‌ ଜାରି ରଖିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡିନାହିଁ ।  

   Related Posts