Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ

24/01/2021 at 8:42 AM

ମୋହନା/ସାନଖେମୁଣ୍ଡି ୨୪।୦୧ :  ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ । ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତିଲେ ୫୦ରୁ ଅଧିକ ଯାତ୍ରୀ । ଗଞ୍ଜାମ ଜିଲ୍ଲା ଖେମୁଣ୍ଡିଖୋଲ ନିକଟରେ ଘଟିଛି ଘଟଣା ।

ଖବର ଅନୁଯାୟୀ, ମହାବୀର ନାମକ ଯାତ୍ରୀବାହୀ ବସଟି ଆଜି ସକାଳେ ଗଜପତି ଜିଲ୍ଲା ଅନ୍ତରବାରୁ ବ୍ରହ୍ମପୁର ଯାଉଥିଲା । କିନ୍ତୁ ଖେମୁଣ୍ଡିଖୋଲ ନିକଟସ୍ଥ ଏକ ବ୍ରିଜକୁ ଧକ୍କା ଦେଇଥିଲା ବସ୍‌ । ଯାହାଫଳରେ ବସ୍‌ଟି ବ୍ରିଜର ଗାର୍ଡ ଓ୍ୱାଲ୍‌କୁ ଧକ୍କା ଦେଇ ଝୁଲି ରହିଛି ।

ବସରେ ଥିବା ୫୦ରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତିଯାଇଛନ୍ତି । ବସର ହେଲପେର ସାମାନ୍ୟ ଆହତ ହୋଇଥିବା ଜଣାପଡିଛି । ସେହିପରି ଅନ୍ୟ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ବସ୍‌ରୁ ଉଦ୍ଧାର କରିଥିଲେ ସ୍ଥାନୀୟ ଲୋକେ । ଏହି ବ୍ରିଜଟି ତପ୍ତପାଣି ଘାଟିର ଶେଷ ଭାଗରେ ରହିଥିବା ବେଳେ ଅଣଓସାରୀଆ ଯୋଗୁ ସେହି ସ୍ଥାନରେ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି ।

   Related Posts