Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ବଳଦକୁ ବଞ୍ଚାଇବାକୁ ଯାଇ ଓଲଟିପଡିଲା ଅଟୋ : ଜଣେ ମୃତ, ଏକାଧିକ ଆହତ

6/10/2021 at 2:16 PM

ପାଟଣା ୦୬।୧୦: ଭାରସାମ୍ୟ ହରାଇ ଓଲଟିଲା ଓଟୋ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । କେନ୍ଦୁଝର ଜିଲ୍ଲା ପାଟଣା ଥାନା ୨୨୦ନମ୍ବର ଜାତୀୟ ରାଜପଥ ଖଜୁରିଡିହା ନିକଟରେ ଘଟିଛି ଦୁର୍ଘଟଣା ।

ଖବର ଅନୁଯାୟୀ, ଅଟୋଟି ସାହାରପଡା ପଟରୁ ପାଟଣା ଅଭିମୁଖେ ଯାଉଥିଲା । ଠିକ୍‌ ଏହି ସମୟରେ  ରାସ୍ତାରେ ଏକ ବଳଦକୁ ବଞ୍ଚାଇବାକୁ ଯାଇ ଓଟୋଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଯାହାଫଳରେ କି ଗାଡ଼ିରେ ଥିବା ଜଣ ବୃଦ୍ଧାଙ୍କ ମୃତ୍ୟୁ ହୋଇଯାଇଛି । ମୃତକଙ୍କ ପରିଚୟ ମିଳିନଥିବା ବେଳେ ସମସ୍ତ ଆହତଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ତେବେ ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଅଟୋ ଚାଳକ ଫେରାର ହୋଇଯାଇଛନ୍ତି ।

   Related Posts