Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ପ୍ରବାସୀ ବସ୍‌-ଟ୍ରକ ମୁହାଁମୁହାଁ ଧକ୍କା : ୪ ମୃତ ,୧୫ ଆହତ

19/05/2020 at 8:01 AM

ମହାରାଷ୍ଟ୍ର ୧୯।୦୫: ଦୁଃଖ ପିଛା ଛାଡୁନି ପ୍ରବାସୀ ଶ୍ରମିକଙ୍କ । ଦେଶରେ କରୋନା ସ୍ଥିତି ନେଇ ଲକ୍‌ଡ଼ାଉନ୍‌ ୪.୦ ଜାରି ରହିଛି । ଲକ୍‌ଡାଉନ୍‌ ପାଇଁ ବିଭିନ୍ନ ରାଜ୍ୟରେ ଅନେକ ପ୍ରବାସୀ ଶ୍ରମିକ ଫସିରହିଛନ୍ତି । ସେମାନଙ୍କୁ ନିଜ ରାଜ୍ୟଙ୍କୁ ପଠାଇବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । କିନ୍ତୁ ଯେତେ ପଦକ୍ଷେପ ଗ୍ରହଣ ହେଲେ ପ୍ରବାସୀଙ୍କୁ ଦୁଃଖ ପଛ ଛାଡୁନି । ପ୍ରତିଦିନ କେଉଁଠି ନା କେଉଠି ଶ୍ରମିକମାନେ ଦୁର୍ଘଟଣାର ଶୀକାର ହେଉଛନ୍ତି । ସେହିପରି ଆଜି ମହାରାଷ୍ଟ୍ରରେ ଏକ ସଡକ ଦୁର୍ଘଟଣା ଘଟିଛି । ଯେଉଁଥିରେ ୪ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ଜଣରୁ ଅଧିକ ଲୋକ ଆହତ ହୋଇଥିବା ଜଣାପଡିଛି ।ସମସ୍ତ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ମହାରାଷ୍ଟ୍ରର ସୋଲାପୁରରୁ ପ୍ରବାସୀ ଶ୍ରମିକଙ୍କୁ ନେଇ ଏକ ବସ୍‌ ଝାଡଖଣ୍ଡ ଅଭିମୁଖେ ଯାଉଥିଲା । କିନ୍ତୁ କିଏ ଜାଣିଥିଲା ଯେ ଏହା ଯାତ୍ରା ସେମାନଙ୍କର ଶେଷ ଯାତ୍ରା ହୋଇଯିବ । ମହାରାଷ୍ଟ୍ର ୟଭତାମାଲରେ ଏକ ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ବସ୍‌ଟି ଏକ ଟ୍ରକ ସହ‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ୪ଜଣ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ଜଣ ଶ୍ରମିକ ଆହତ ହୋଇଛନ୍ତି । ଦୁର୍ଘଟଣାର ଖବର ପାଇଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି ।  ସମସ୍ତ ଆହତଙ୍କୁ ନେଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ଚିକିତ୍ସା ଜାରି ରହିଛି ।

   Related Posts