Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଟ୍ରକକୁ ପଛପଟୁ ପିଟିଲା ବସ୍ : ଜଣେ ମୃତ, ୨୦ ଆହତ

24/06/2020 at 10:34 AM

ସୋର ୨୪।୦୬: ଟ୍ରକକୁ ପଛପଟୁ ଧକ୍କା ଦେଲା ବସ୍, ଜଣେ ମୃତ ୨୦ ଆହତ । ବାଲେଶ୍ବର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ଜାମୁଝାଡି ନିକଟରେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ଜଣ ଆହତ ହୋଇଛନ୍ତି । ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି ।

ସୂଚନାଯୋଗ୍ୟ ଯେ, ବସ୍‌ଟି ପଣ୍ଡିଚେରୀରୁ ପ୍ରବାସୀ ମାନଙ୍କୁ ନେଇ ପାଟନା ଅଭିମୁଖେ ଯାଉଥିବା ବେଳେ ଜାମୁଝାଡି ନିକଟରେ ଛିଡା ହୋଇଥିବା ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା । ସିମୁଳିଆ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନାକୁ ପଠାଇଥିଲା । ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ବାଲେଶ୍ବର ସ୍ଥାନାନ୍ତର କରାଯାଇଛି । ସିମୁଳିଆ ଆଇଆଇସି ପର୍ଶୁରାମ ସାହୁ ଯାତ୍ରୀ ମାନଙ୍କୁ ଅନ୍ୟ ଏକ ବସ୍ ଯୋଗେ ପାଟନା ପଠାଇଛନ୍ତି ।

   Related Posts