Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ପରିବା ନେଇ ଘରକୁ ଯାଉଥିଲେ, ବସ୍ ଧକ୍କାରେ ଚାଲିଗଲା ଜୀବନ ; ଘଟଣାସ୍ଥଳରେ ଉତ୍ତେଜନା

4/11/2020 at 1:17 PM

ଅନୁଗୁଳ ୦୪/୧୧: ନାଲକୋ ୫୫ ନମ୍ବର ଜାତୀୟ ରାଜପଥ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ସ୍ଥାନୀୟ କାଣ୍ଡସର ଗାଁର ଜଣେ ଜଳଖିଆ ଦୋକାନୀଙ୍କର ମୃତ୍ୟୁ ଘଟିଛି।

ସୂଚନା ଅନୁଯାୟୀ, କାଣ୍ଡସର ଗାଁର ବସନ୍ତ ବାରିକ ପରିବା ନେଇ ଘରକୁ ଯାଉଥିବା ବେଳେ ଘରୋଇ କାରଖାନାକୁ ଶ୍ରମିକ ନେଇ ଯାଉଥିବା ବସ ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ବସନ୍ତଙ୍କ ମୃତ୍ୟୁ ଘଟିଥିଲା। କ୍ଷତିପୂରଣ ଦାବିରେ ସେଠାରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଘଟଣା ଖବର ପାଇ ପୋଲିସ ଘଟଣାଲସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ଉତ୍ତେଜନା କମିଛି। ତେବେ ଦୁର୍ଘଟଣା ଘଟାଇଥିବା ବସ୍‌ଟିକୁ ଜବତ କରିବା ସହ ଅଧିକ ତଦନ୍ତ ଚଳାଇଛି ନାଲକୋ ପୋଲିସ।

   Related Posts