Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||
  • ସୋର : ରୂପା ରାଧାକୃଷ୍ଣ ମୂର୍ତ୍ତି ନେଇଗଲେ ଚୋର, ସୁନା-ରୂପା ଅଳଙ୍କାର ବି ଲୁଟ୍
  • ||
  • କଟକ : କୁମ୍ଭମେଳା ଫେରନ୍ତା ୧୩ଜଣ କରୋନା ପଜିଟିଭ୍, ରେଳ ଯାତ୍ରୀଙ୍କ ରିପୋର୍ଟ ଯାଞ୍ଚ କଡାକଡି
  • ||
  • ଆଠମଲ୍ଲିକ : ଜଳ ପ୍ରକଳ୍ପ ସ୍ଥାନାନ୍ତର ପ୍ରତିବାଦ, ଉପଜିଲ୍ଲାପାଳ ଅଫିସ ସମ୍ମୁଖରେ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ
  • ||
  • ପୁରୀ : ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||
  • ମାଲକାନଗିରି : ପୋଲିସ-ନକ୍ସଲ ଗୁଳିବିନମୟ : ଜଣେ ନିହତ, ମୁଣ୍ଡ ଉପରେ ୫ଲକ୍ଷ ଟଙ୍କାର ପୁରସ୍କାର
  • ||
  • ତେଲକୋଇ : ମହୁଲ ବୋଝେଇ ମିନିଟ୍ରକ୍ ଜବତ, ଜଣେ ଅଟକ
  • ||
  • ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||

ବସ୍ ଯାତ୍ରୀଙ୍କୁ ତେଲ ଛାଟ: ପୁଣି ବଢ଼ିଲା ବସ୍ ଟିକେଟ୍, କିଲୋମିଟର ପିଛା ୫ ରୁ ୧୫ ପଇସା ବୃଦ୍ଧି

4/03/2021 at 4:41 PM

କଟକ ୪।୩: ରାଜ୍ୟରେ ପୁଣି ବଢିଲା ବସ୍‌ ଭଡ଼ା । ଲଗାତର ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେବା ପରେ ରାଜ୍ୟରେ ପୁଣି ଥରେ ବସ୍ ଭଡା ବୃଦ୍ଧି ହୋଇଛି । ଅଟୋମେକାନିଜମ୍ ବ୍ୟବସ୍ଥା ମାଧ୍ୟମରେ ଏହି ଭଡା ବୃଦ୍ଧି କରାଯାଇଛି । ଗତ କିଛି ଦିନ ହେଲା ଯେପରି ଡିଜେଲ୍‌ ଦର ବୃଦ୍ଧି ପାଇବାରେ ଲାଗିଥିଲା ବସ୍ ଭଡା ବୃଦ୍ଧି ହେବ ବୋଲି ଆଶଙ୍କା କରାଯାଉଥିଲା ।

ବର୍ଦ୍ଧିତ ଭଡା ଅନୁଯାୟୀ, ସାଧାରଣ ଓ ଏକ୍ସପ୍ରେସ ବସ୍ ଭଡା କିଲୋମିଟର ପିଛା ୫ ପଇସା ବଢିଛି । ସାଧାରଣ ବସ୍ ଭଡା ୮୦ ପଇସାରୁ ୮୫କୁ ବୃଦ୍ଧି କରାଯାଇଛି । ସେହିପରି ଏକ୍ସପ୍ରେସ୍‌ ବସ୍ ଭଡା ୮୪ ପଇସାରୁ ୮୯ ପଇସାକୁ ବୃଦ୍ଧି ପାଇଛି । ସେହିପରି ଡିଲକ୍ସ ଓ ଏସି ଡିଲକ୍ସ ଭଡା କିଲୋମିଟର ପିଛା ୧୦ ପଇସା ବୃଦ୍ଧି ହୋଇଛି । ଡିଲକ୍ସ ବସ୍ ଭଡା ୧ ଟଙ୍କା ୧୧ ପଇସାରୁ ୧ ଟଙ୍କା ୨୧ ପଇସାକୁ ବୃଦ୍ଧି ପାଇଥିବା ବେଳେ ଏସି ଡିଲକ୍ସ ବସ୍ ଭଡା ୧ ଟଙ୍କା ୩୯ ପଇସାରୁ ୧ ଟଙ୍କା ୪୯ ପଇସା ବୃଦ୍ଧି କରାଯାଇଛି । 

ଉଲ୍ଲେଖଯୋଗ୍ୟ, ଏହା ପୂର୍ବରୁ ଫେବୃଆରୀ ୮ ତାରିଖରେ ବସ୍ ଭଡା ବୃଦ୍ଧି ହୋଇଥିଲା । ଜାନୁଆରୀ ୨୦ ତାରିଖରେ, ଡିସେମ୍ବର ୭ତାରିଖରେ ମଧ୍ୟ ବସ୍ ଭଡା ବୃ୍ଦ୍ଧି ହୋଇଥିଲା ।

   Related Posts