Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଆଜିଠୁ ସାରା ରାଜ୍ୟରେ ଗଡିବ ବସ୍ : ଯେତିକି ସିଟ୍.. ସେତିକି ପାସେଞ୍ଜର, ପାଳନ ହେବ କୋଭିଡ୍ କଟକଣା

19/07/2021 at 7:32 AM

ଭୁବନେଶ୍ୱର ୧୯।୦୭: ସୋମବାରଠୁ ସାରା ରାଜ୍ୟରେ ଗଡିବ ବସ୍। ନିଖିଳ ଓଡ଼ିଶା ବସ୍ ମାଲିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦିଆଯାଇଥିବା ୧୦ଦଫା ଦାବିକୁ ରାଜ୍ୟ ସରକାର ଗ୍ରହଣ କରିନେଇଥିବାରୁ ଆଜିଠୁ ବସ୍ ଚଳାଳଚ ସ୍ବାଭାବିକ କରିବାକୁ ବସ୍ ମାଲିକ ସଂଘ ନିଷ୍ପତ୍ତି ନେଇଛି।

ସରକାରଙ୍କ କୋଭିଡ ନିୟମ ଅନୁଯାୟୀ ବସ୍ ଚଳାଚଳ କରିବ। ପ୍ରତି ବସ୍ ରେ ଯେତିକି ସିଟ୍ ସେତିକି ଯାତ୍ରୀ ଯିବେ। ବିନା ମାସ୍କରେ କାହାକୁ ନିଆଯିବନି। ବସ୍ କୁ ପ୍ରତିଦିନ ବିଶୋଧନ କରାଯିବ। ୧୬ଟି ରୁଟ୍ ରେ ଚଳାଚଳ କରିବ ବସ୍ । ପ୍ରଥମ ପର୍ଯ୍ୟାୟରେ ୮୯ ଟି ବସ ଚାଳାଚଳ ପାଇଁ ନିସ୍ପତ୍ତି ନେଇଛି କ୍ରୁଟ୍ । ଶନିବାର ଦିନ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ। ବସ୍ ମାଲିକ ସଂଘର ସମସ୍ତ ଦାବି ଉପରେ ଆଲୋଚନା ହେବା ପରେ ଏହାକୁ ଧୀରେ ଧୀରେ ପୂରଣ କରିବାକୁ ରାଜ୍ୟ ସରକାର ସମୟ ନେଇଛନ୍ତି। ଏହାପରେ ବସ୍ ମାଲିକ ସଂଘ ବସ୍ ଚଳାଇବାକୁ ରାଜି ହୋଇଛି।

ସେହିପରି ବାହାର ରାଜ୍ୟକୁ ଗାଡ଼ି ଚଳାଚଳ କରିବାକୁ ଅନୁମତି ଦେବାକୁ ରାଜ୍ୟ ସରକାର ରାଜି ହୋଇଛନ୍ତି। ସେପଟେ ରାଜଧାନୀରେ ଆଜିଠୁ ପୁଣି ଆରମ୍ଭ ହେବ “ମୋ ବସ” ସେବା। ଦୁଇ ମାସ ପରେ ରାଜଧାନୀର ରାସ୍ତାରେ ଗଡ଼ିବ ବସ୍ । ପ୍ରଥମ ପର୍ଯ୍ୟାୟରେ ୮୯ ଟି ବସ୍ ଚାଲିବା ପାଇଁ ନିଷ୍ପତ୍ତି ହୋଇଛି ।

   Related Posts