କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍ : ଜଣେ ମୃତ, ୨୬ ଆହତ

Published By : Prameya-News7 Bureau | February 25, 2021 IST

ତେଲକୋଇ ୨୫।୨: ଭାରସାମ୍ୟ ହରାଇ କାଞ୍ଜିପାଣି ଘାଟିରେ ବରଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୬ ଜଣ ଆହତ ହୋଇଛନ୍ତି ।

{"id":414395,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ଢେଙ୍କିକୋଟରୁ ରାଉରକେଲା ଯାଉଥିବା ବେଳେ ବରଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ୨୬ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି ।

{"id":414396,"sizeSlug":"large","linkDestination":"none"}

ଆହତମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ବସରେ ମୋଟ୍ ୪୫ ଜଣ ଯାତ୍ରୀ ଥିବା ସୂଚନା ମିଳିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.