Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ସରିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ, ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର

12/04/2021 at 1:34 PM

ଭୁବନେଶ୍ୱର ୧୨।୦୪ : ସରିଲା ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ୯ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିଲା କ୍ୟାବିନେଟ୍‌ ବୈଠକ । ଭିଡିଓ କନ୍‌ଫେରେନ୍ସିଂ ଜରିଆରେ ବସିଥିଲା ବୈଠକ ।

ଖବର ଅନୁଯାୟୀ, ଆଜି ବସିଥିବା କ୍ୟାବିନେଟ୍ ବୈଠକରେ ୯ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ସେଗୁଡିକ ହେଉଛି- ଭୁବନେଶ୍ୱରରେ ହେବ ବାଗ୍‌ଚୀ-ଶଙ୍କର କ୍ୟାନ୍‌ସର ହସ୍ପିଟାଲ । ଏଥିପାଇଁ ସୁବ୍ରତ ବାଗ୍‌ଚୀ ଓ ତାଙ୍କ ପତ୍ନୀ ସୁସ୍ମିତା ବାଗ୍‌ଚୀ ୨୧୦ କୋଟି ଟଙ୍କା ପ୍ରଦାନ କରିବେ । ଏହା ୨୦୨୪ ସୁଦ୍ଧା କାର୍ଯ୍ୟକ୍ଷମ ହେବ । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଇନ୍‌ଫୋସିଟି ଅଞ୍ଚଳରେ ୨୦ଏକର ଜମି ଯୋଗାଇ ଦିଆଯିବ । ପ୍ରଥମେ ୨୫୦ ବେଡ ଓ ପରେ ୫ଶହ ବେଡର ହସ୍ପିଟାଲରେ ପରିଣତ କରାଯିବ।

ଭୁବନେଶ୍ବରରେ ପାଲିଏଟିଭ୍ କେୟାର ହସ୍ପିଟାଲ ପାଇଁ ମଧ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି। ବାଗଚି କରୁଣାଶ୍ରୟ ପାଲିଏଟିଭ୍ କେୟାର ସେଣ୍ଟର ମିଳିତ ଭାବେ ଏହାକୁ ଭୁବନେଶ୍ବରରେ ନିର୍ମାଣ କରିବେ। ଏଥିପାଇଁ ବାଗଚି ଦମ୍ପତି ୧୩୦ କୋଟି ଟଙ୍କା ପ୍ରଦାନ କରିବେ। ଇନଫୋଭ୍ୟାଲି ନିକଟରେ ସରକାର ଏଥିପାଇଁ ୨୦ ଏକର ଜମି ଯୋଗାଇ ଦେବେ। ଏଥିରେ ରୋଗୀଙ୍କ ଚିକିତ୍ସା ମାଗଣାରେ କରାଯିବ।

ସେହିଭଳି ଓଡ଼ିଶା ଖଣିଜ ପଦାର୍ଥ ଚୋରି ଓ ବେଆଇନ କାରବାର ନିରାକରଣ ସଂଶୋଧନ ଅଧିନିୟମ ୨୦୨୧କୁ ମଧ୍ୟ କ୍ୟାବିନେଟ ମୋହର ବାଜିଛି। ଏହାଦ୍ବାରା ରାଜ୍ୟରେ ଖଣିଜ ପଦାର୍ଥ ଚୋରି, ଚୋରାଚାଲାଣ ଏବଂ ଖଣି ସଂପର୍କିତ ବେଆଇନ କାରବାରରେ ଅଙ୍କୁଶ ଲାଗିବ।

   Related Posts