Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ : ସନ୍ଧ୍ୟା ୫.୩୦ରେ ବସିବ ବୈଠକ, ୧୮ଟି ପ୍ରସ୍ତାବ ଉପରେ ବାଜିପାରେ ମୋହର

12/08/2020 at 8:51 AM

ଭୁବନେଶ୍ୱର ୧୨।୦୮: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ପ୍ରାୟ ୫ଟାବେଳେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କ୍ୟାବିନେଟ ବସିବ ।

ବୈଠକ ସମ୍ପର୍କରେ ବିଧିବଦ୍ଧ ସୂଚନା ମିଳିନଥିବା ବେଳେ ପ୍ରାୟ ୧୮ଟି ପ୍ରସ୍ତାବ ଉପରେ ଆଲୋଚନା ହେବ ବୋଲି ଖବର ମିଳିଛି । ବର୍ତ୍ତମାନ କରୋନା ସଙ୍କଟ ଚାଲିଥିବା ବେଳେ ଏହାର ମୁକାବିଲା ନେଇ ସ୍ୱାସ୍ଥ୍ୟ ବିଭାଗ ସମ୍ପର୍କିତ ଏକ ବଡ଼ ନିଷ୍ପତ୍ତି ନେଇପାରେ କ୍ୟାବିନେଟ । ଏପରିକି ସ୍ୱାସ୍ଥ୍ୟ ସେବାକୁ ନେଇ ଏକ ଅଧ୍ୟାଦେଶ ଅଣାଯିବ ବୋଲି ଜଣାପଡ଼ିଛି । ଏହାବାଦ୍‌ ୪ଟି ମେଗା ପାନୀୟ ଜଳ ପ୍ରକଳ୍ପ ପ୍ରସ୍ତାବକୁ ମଞ୍ଜୁରୀ ଦେଇପାରେ କ୍ୟାବିନେଟ । ପର୍ଯ୍ୟଟନ ଓ ଶ୍ରମ ବିଭାଗର କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବ ବୋଲି ଖବର ମିଳିଛି । ଜୀବନ ଜୀବିକାକୁ ନେଇ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବା ସମ୍ଭାବନା ରହିଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ କ୍ୟାବିନେଟ ବୈଠକରେ ଯୋଗ ଦେବେ । ତେବେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସମେତ ଅଧାରୁ ଅଧିକ ମନ୍ତ୍ରୀ ନିଜ ନିର୍ବାଚନମଣ୍ଡଳୀରେ ଅଛନ୍ତି । ସେମାନେ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୈଠକରେ ଅଂଶଗ୍ରହଣ କରିବେ । ସେହିପରି ରାଜଧାନୀରେ ଉପସ୍ଥିତ ମନ୍ତ୍ରୀମାନେ ଲୋକସେବା ଭବନର ତୃତୀୟ ମହଲାରେ ଥିବା କନ୍‌ଫରେନ୍ସ ହଲ୍‌ରୁ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ବୈଠକରେ ସାମିଲ ହେବେ ।

   Related Posts