ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ, ନିଆଯାଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

Published By : Prameya-News7 Bureau | September 02, 2020 IST

ଭୁବନେଶ୍ୱର ୦୨।୦୯:  ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ୍  ବୈଠକ। ଭିଡିଓ କନଫରେନ୍ ସିଂ ଜରିଆରେ ସନ୍ଧ୍ୟା ୫ଟା ୪୫ ମିନିଟ୍ ରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ  କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯିବା ନେଇ ଆଶା କରାଯାଉଛି ।

ସୂଚନା ଅନୁଯାୟୀ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଗୋଟିଏ ଅଧ୍ୟାଦେଶ ଜାରି କରିବା ପାଇଁ ପ୍ରସ୍ତାବ ଦିଆଯାଇଛି। ଏହା ପରେ କୃଷି ଓ ଐତିହ୍ୟ କ୍ୟାବିନେଟ୍  ବୈଠକ ଅନୁଷ୍ଠିତ ହେବ। ଏଥିରେ କୃଷି କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ। ଏହି କ୍ୟାବିନେଟ୍  କମିଟିରେ ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷ ଥିବା ବେଳେ କୃଷି ମନ୍ତ୍ରୀ, ସମବାୟ ମନ୍ତ୍ରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ, ଅର୍ଥ ମନ୍ତ୍ରୀଙ୍କ ସମେତ ୧୧ ଜଣ ମନ୍ତ୍ରୀ ସଦସ୍ୟ ଅଛନ୍ତି। ମୁଖ୍ୟ ଶାସନ ସଚିବ ଏହି କମିଟିର ସଚିବ ରହିଥିବାବେଳେ କୃଷି ବିଭାଗ ସଚିବ ଏହାର ଆବାହକ ରହିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.