Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ଭୋଟ୍ ଦେଲେ ରୀତା, ଦିଲ୍ଲୀପ ଓ ସନତ

21/10/2019 at 12:07 PM

ବିଜେପୁର ୨୧।୧୦: ବିଜେପୁର ଉପ ନିର୍ବାଚନ ପାଇଁ ଜାରି ରହିଛି ଭୋଟିଂ । ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ ପ୍ରକ୍ରିୟା । ଅପରାହ୍ନ ୫ଟା ଯାଏଁ ଚାଲିବ ମତଦାନ । ୨ ଲକ୍ଷରୁ ଅଧିକ ଭୋଟର ନିର୍ଦ୍ଧାରଣ କରୁଛନ୍ତି ପ୍ରାର୍ଥୀଙ୍କ ଭାଗ୍ୟ । ୨୮୫ଟି ବୁଥରେ ୫ ପ୍ରାର୍ଥୀଙ୍କ ହେଉଛି ଭାଗ୍ୟ ନିର୍ଦ୍ଧାରଣ ।

ତେବେ ତିନି ପ୍ରମୁଖ ଦଳ ପ୍ରାର୍ଥୀ ମଧ୍ୟ ଭିନ୍ନ ଭିନ୍ନ ଭୋଟିଂ ବୁଥ୍ ରେ ଆସି ନିଜ ନିଜ ମତଦାନ ସାବ୍ୟସ୍ତ କରିଛନ୍ତି । ବିଜେଡି ପ୍ରାର୍ଥୀ ରୀତା ସାହୁ କର୍ମୀଙ୍କ ଗହଣରେ ଆସି ନିଜ ମଦଦାନ ସାବ୍ୟସ୍ତ କରିଛନ୍ତି । ସେହିଭଳି କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡା ସମର୍ଥକମାନଙ୍କ ସହ ଆସି ବୁଥ୍ ରେ ଭୋଟ୍ ଦେଇଛନ୍ତି । ସେହିଭଳି ବିଜେପି ପ୍ରାର୍ଥୀ ସନତ ଗଡତିଆ ମଧ୍ୟ ସମର୍ଥକଙ୍କ ଗହଣରେ ଆସି ବୁଥ୍ ରେ ନିଜ ମତ ସାବ୍ୟସ୍ତ କରିଛନ୍ତି ।

ନିର୍ବାଚନ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ପୋଲିସ ଛାଉଣୀରେ ପରିଣତ ହୋଇଛି ପୁରା ବିଜେପୁର । ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶାନ୍ତି ଶୃଙ୍ଖଳାର ସହ କରିବା ଲାଗି ବରଗଡ ଏସପିଙ୍କ ତତ୍ତ୍ବାବଧାନରେ ୩୩ ପ୍ଲାଟୁନ ଫୋର୍ସ, ୩ କମ୍ପାନୀ ସିଆରପିଏଫ, ଜଣେ ଅତିରିକ୍ତ ଏସପି, ୭ ଜଣ ଡିଏସପି, ୭୫ ସବଇନ୍ସପେକ୍ଟର, ୧୧୩ ଏଏସଆଇଙ୍କୁ ନିଯୁକ୍ତ କରାଯାଇଛି ।

   Related Posts