ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର

Published By : Prameya-News7 Bureau | October 30, 2020 IST

ବାଲିପାଟଣା, ୩୦୧୦ ଭୁବନେଶ୍ଵର-ପୁରୀ ୩୧୬ ନମ୍ବର ଜାତୀୟ ରାଜପଥର ଧଉଳି ଟ୍ରାଫିକ୍ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ  ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଚାରିଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ , ଏକ ଅଟୋରେ ୫ ଜଣ ଭୁବନେଶ୍ଵରରୁ ନିମାପଡା ଅଭିମୁଖେ ଯାଉଥିଲେ । ଧଉଳି ଟ୍ରାଫିକ ଛକ ନିକଟରେ ରଙ୍ଗ ରୁଟରେ ଆସୁଥିବା ଏକ କାର୍ ଅଟୋଟିକୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ୫ ଗୁରୁତର ହୋଇଥିଲେ । ସମସ୍ତଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଡାକ୍ତର ସେଠାରେ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ଚାରିଜଣଙ୍କର ଅବସ୍ଥା ସଙ୍କଟାପନ୍ନ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.