Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ବରମୁଣ୍ଡା ଓଭରବ୍ରିଜ୍ ଉପରେ ହୁତୁ ହୁତୁ ହୋଇ ଜଳିଗଲା କାର୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

14/01/2021 at 1:08 PM

ଭୁବନେଶ୍ବର ୧୪।୧: ଭୁବନେଶ୍ବର ସ୍ଥିତ ବରମୁଣ୍ଡା ଓଭରବ୍ରିଜ୍ ଉପରେ ହୁତୁ ହୁତୁ ହୋଇ ଜଳିଗଲା କାର୍‌ । ଅଳ୍ପକେ ବର୍ତ୍ତିଲେ କାର୍‌ରେ ଥିବା ସମସ୍ତ ଯାତ୍ରୀ । ନିଆଁକୁ ଆୟତ କରିଛନ୍ତି ଅଗ୍ନିଶମବାହିନୀ କର୍ମଚାରୀ । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ସ୍ଥିତ ବରମୁଣ୍ଡା ଓଭରବ୍ରିଜ୍ ଉପରେ ରାସ୍ତା ମଝିରେ ହୁତୁ ହୁତୁ ହୋଇ ଜଳିଯାଇଛି କାର୍ । ତେବେ ହଠାତ୍ କାର୍ ଟିରେ ନିଆଁ ଲାଗିବା ଦେଖି କାର୍ ରେ ବସିଥିବା ଯାତ୍ରୀ ବାହରକୁ ଚାଲିଆସିଥିଲେ । ଫଳରେ ସେମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଖବର ପାଇଁ ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ତେବେ ଗାଡିରେ କେଉଁ କାରଣରୁ ନିଆଁ ଲାଗିଲା ତାହା ସ୍ପଷ୍ଟ ଭାବେ ଜଣାପଡିନାହିଁ ।

ରାସ୍ତା ଉପରେ ଗାଡିଟି ହୁତୁ ହୁତୁ ହୋଇ ଜଳୁଥିବାରୁ କିଛି ସମୟ ପାଇଁ ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଥିଲା । ଲୋକମାନେ ସେହି ରାସ୍ତା ଦେଇ ଯିବାକୁ ଭୟ କରି ଫେରିଆସୁଥିବା ମଧ୍ୟ ଦେଖିବାକୁ ମିଳିଥିଲା । ପୋଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପରେ ରାସ୍ତାରେ ଗାଡି ଚଳାଚଳ ସ୍ବାଭାବିକ ହୋଇଥିଲା । ପୋଲିସ ଓ ଅଗ୍ନିଶମ ବାହିନୀ କର୍ମଚାରୀ ମିଳିତ ଭାବେ ଉଦ୍ଧାର କାର୍ଯ୍ୟ କରିଥିଲ ।

   Related Posts