Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ନୂଆ କାର୍‌ କିଣି ଘରକୁ ଫେରୁଥିଲେ, କଳିଙ୍ଗା ଘାଟିରେ ଘଟିଲା ଦୁର୍ଘଟଣା

15/11/2021 at 8:33 AM

ଜି.ଉଦୟଗିରି ୧୫।୧୧ : ପୁଣି କଳିଙ୍ଗା ଘାଟିରେ ଦୁର୍ଘଟଣା । ବିଳମ୍ବିତ ରାତିରେ ଘାଟିରେ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହାଫଳରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି । ଗୁରୁତର ବ୍ୟକ୍ତିଙ୍କ ନାମ ସଞ୍ଜୟ କୁମାର ମହାନ୍ତି ବୋଲି ଜଣାପଡିଛି । ସେ ଜି. ଉଦୟଗିରିର ବୋଲି ସୂଚନା ରହିଛି ।

ଖବର ଅନୁଯାୟୀ, ସଞ୍ଜୟ କୁମାର ଭୁବନେଶ୍ୱରରୁ ନୂଆ କାର(ଓଡି୧୨ଇ-୬୦୬୦) କିଣି ନିଜେ ଚଳାଇ ରାତିରେ ଘରକୁ ଫେରୁଥିଲେ । ବର୍ଷା ସହ ପ୍ରବଳ କୁହୁଡି କାରଣରୁ ରାସ୍ତା ଦେଖା ଯାଉ ନଥିବାରୁ ରାତି ପ୍ରାୟ ୨ରେ କଳିଙ୍ଗା ଘାଟିର ଶେଷ ବୁଲାଣିରେ ଗାଡିଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତ ସଞ୍ଜୟଙ୍କୁ ଉଦ୍ଧାର କରି ଜି.ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ତାଙ୍କ ଅବସ୍ଥା ଗୁରତର ଥିବାରୁ ଅଧିକ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି । ଏହି ଦୁର୍ଘଟଣାରେ ଅନ୍ୟ ଜଣେ ମଧ୍ୟ ସାମନ୍ୟ ଆହତ ହୋଇଥିବା ଜଣାପଡିଛି ।

   Related Posts