ରାଜଧାନୀର ଏକ କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ୧୪ଟି ଦମକଳ ଗାଡି ନିୟୋଜିତ

Published By : Prameya-News7 Bureau | May 10, 2020 IST

ନୂଆଦିଲ୍ଲୀ ୧୦।୦୫:  ଦିଲ୍ଲୀର ବାୱାନାସ୍ଥିତ ଏକ କାର୍ଡ ବୋର୍ଡ କାରଖାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବାୱାନା ହେଉଛି ଦିଲ୍ଲୀର ଶିଳ୍ପ କ୍ଷେତ୍ର ଏବଂ ଏଠାରେ ବହୁ ସଂଖ୍ୟକ କାରଖାନା ରହିଛି | ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଜାରି ରଖିଛି । ତେବେ ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

wp:html /wp:html

ସୂଚନାଯୋଗ୍ୟ ଯେ, ରବିବାର ଦିନ ଭୋର ସମୟରେ ହଠାତ୍‌ କାରଖାନାରେ ନିଆଁ ଲାଗିଯାଇଥିଲା । ତତ୍‌କ୍ଷଣାତ୍‌ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଜାରି ରଖିଛି । ୧୪ଟି ଦମକଳ ଗାଡି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ରହିଛନ୍ତି । ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ନିଆଁ ଲାଗି କାରକାନାରେ ବ୍ୟାପକ ପରିମାଣର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି ।

{"id":267527,"width":583,"height":710,"sizeSlug":"large"}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.