Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ସିବିଆଇ-ପୋଲିସ ବିବାଦ ପ୍ରସଙ୍ଗ : ପଶ୍ଚିମବଙ୍ଗ ସରକାରଙ୍କ ବିରୋଧରେ ସୁପ୍ରିମକୋର୍ଟ ଗଲା ସିବିଆଇ

4/02/2019 at 10:45 AM

କୋଲକାତା ୪|୨: ପଶ୍ଚିମବଙ୍ଗରେ ସିବିଆଇ-ପୋଲିସ ବିବାଦ ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ମାମଲା ରୁଜୁ କଲା ସିବିଆଇ । ପଶ୍ଚିମବଙ୍ଗ ସରକାରଙ୍କ ବିରୋଧରେ ରୁଜୁ ହେଲା ମାମଲା । ପଶ୍ଚିମବଙ୍ଗ ସରକାର ତଦନ୍ତରେ ଅସହଯୋଗ କରୁଥିବା ଅଭିଯୋଗ କରିଛି ସିବିଆଇ । ପୋଲିସ କମିଶନରଙ୍କ ବିରୋଧରେ ତଦନ୍ତ ପାଇଁ ଆବେଦନ କରିଛି ସିବିଆଇ । ଆସନ୍ତାକାଲି ମାମଲାର ଶୁଣାଣି ହେବ । ଉଭୟ ପକ୍ଷରୁ ହାଜର ହେବା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ରୋଜ୍ ଭ୍ୟାଲି ଓ ସାରଦା ଚିଟଫଣ୍ଡ ସ୍କାମ୍ ମାମଲା ନେଇ ସିବିଆଇ ଓ କୋଲକାତା ପୋଲିସ ମୁହାଁମୁହିଁ ହୋଇଥିଲେ । କୋଲକାତା ପୋଲିସ କମିଶନର ରାଜୀବ କୁମାରଙ୍କୁ ସିବିଆଇ ଟିମ୍ ପଚରାଉଚରା କରିବାକୁ ଯିବାକୁ ନେଇ କୋଲକାତାରୁ ଆରମ୍ଭ କରି ସାରା ଦେଶରେ ରାଜନୈତିକ ଝଡ଼ ସୃଷ୍ଟି ହୋଇଥିଲା । ରାଜୀବ କୁମାରଙ୍କୁ ପଚରାଉଚରା କରିବାକୁ ଯାଇଥିବା ସିବିଆଇର ୫ ଜଣ ଅଧିକାରୀଙ୍କୁ ଅଟକ ରଖିଥିଲା କୋଲକାତା ପୋଲିସ। ତେବେ ପରେ ପୋଲିସ ସେମାନଙ୍କୁ ଛାଡିଦେଇଛି । କୋଲକାତା ପୋଲିସ କମିଶନରଙ୍କ ଉପରେ ସିବିଆଇ ରେଡ୍ କୁ ବିରୋଧ କରି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଖାସଳଖ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ୍  କରିଛନ୍ତି । ଏହା ଗଣତନ୍ତ୍ର ଉପରେ ଆକ୍ରମଣ ଏବଂ ଦେଶର ସମ୍ବିଧାନ ତଥା ସଂଘୀୟ ବ୍ୟବସ୍ଥା ଉପରେ ଆକ୍ରମଣ ବୋଲି ମମତା ବାନାର୍ଜୀ କହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ଇଶାରାରେ ସିବିଆଇ କାମ କରୁଛି ବୋଲି ମମତା ବାନାର୍ଜୀ ଅଭିଯୋଗ କରିଛନ୍ତି। ଗଣତନ୍ତ୍ର ବଞ୍ଚାଅ ନାରା ଦେଇ  ସତ୍ୟାଗ୍ରହରେ ବସିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି। କେନ୍ଦ୍ରସରକାରଙ୍କ ବିରୋଧରେ ଏହି ଧାରଣା ଜାରି ରହିବ ବୋଲି କହିଛନ୍ତି ମମତା।

   Related Posts