Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ହେଲିକପ୍ଟର କ୍ରାସକୁ ନେଇ ପ୍ରଧାନମନ୍ତ୍ରୀ ଡକାଇଲେ CCS ବୈଠକ, ଉପସ୍ଥିତ ରହିବେ ଅମିତ ଶାହ ଏବଂ ରାଜନାଥ ସିଂହ

8/12/2021 at 5:47 PM

ନୂଆଦିଲ୍ଲୀ, ୦୮/୧୨:  ତାମିଲନାଡୁ କୁନ୍ନୁରରେ ସେନା ହେଲିକପ୍ଟର କ୍ରାସ୍‌କୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୟାବିନେଟ୍‌ କମିଟି ଅନ୍‌ ସିକ୍ୟୁରିଟି ବା ସିସିଏସ୍‌ ବୈଠକ ଡକାଇଛନ୍ତି । ଏହି ବୈଠକରେ ଗୃହମନ୍ତ୍ରୀ ଅମିତ୍‌ ଶାହ ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଉପସ୍ଥିତ ରହିବା ନେଇ ଜଣାପଡ଼ିଛି । ଏହି ଘଟଣାକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି । ତିନି ସେନା ମୁଖ୍ୟ ବିପିନ୍‌ ରାୱତ୍‌ଙ୍କ ପରିବାର ଏବଂ ସେନା ଅଧିକାରୀ ଏହି ହେଲିକପ୍ଟରରେ ରହିଥିଲେ ।

ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଥିବା ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଉଛି ! ପୂର୍ବରୁ ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପରେ ଆଉ ୭ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଥିଲା । ସେମାନଙ୍କ ମଧ୍ୟରେ ଦୁଇ ପାଇଲଟ, ଜଣେ ଇଞ୍ଜିନିୟର ଓ ଆଉ ଜଣେ ଯବାନଙ୍କ ମୃତଦେହ ଦୁର୍ଘଟଣାସ୍ଥଳରୁ ଉଦ୍ଧାର ହୋଇଥିଲା ।  

   Related Posts