Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏମସିଡି ଉପ ନିର୍ବାଚନ : ଚୌକା ମାରିଲା ଆପ୍, କଂଗ୍ରେସର ଗୋଟିଏରେ ବଡ ବିଜୟ, କିନ୍ତୁ ଖାତା ଖୋଲି ପାରିଲାନି ବିଜେପି
  • ||
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର, ମହଙ୍ଗା ଭତ୍ତା ବୃଦ୍ଧି କରିବେ ସରକାର !

20/01/2021 at 11:37 AM

ନୂଆଦିଲ୍ଲୀ ୨୦।୧: କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ଖୁସି ଖବର ଦେବାକୁ ଯାଉଛନ୍ତି କେନ୍ଦ୍ର ସରକାର । ଦରବୃଦ୍ଧିକୁ ଦେଖି ସରକାର ଖୁବ୍ ଶୀଘ୍ର ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ଯାଉଛନ୍ତି । ମହଙ୍ଗା ଭତ୍ତା ୪ ପ୍ରତିଶତ ବଢାଇବାକୁ ସରକାର ଯୋଜନା କରୁଥିବା କୁହାଯାଉଛି । ସରକାର ଏଭଳି ନିଷ୍ପତ୍ତି ନେଲେ ୫୦ ଲକ୍ଷ କର୍ମଚାରୀ ଏବଂ ୬୧ ଲକ୍ଷ ପେନସନଭୋଗୀ ଉପକୃତ ହେବେ ।

କରୋନା ଭାଇରସ୍ ସଂକ୍ରମଣ ଯୋଗୁଁ ଆର୍ଥିକ ମାନ୍ଦାବସ୍ଥାକୁ ଦେଖି ଅପ୍ରେଲ ୨୦୨୦ରୁ ମହଙ୍ଗା ଭତ୍ତା ବୃଦ୍ଧି କରିବା ଉପରେ ରୋକ୍ ଲଗାଇଥିଲେ ସରକାର । ମାତ୍ର ଏବେ ଅନେକ ରିପୋର୍ଟରେ ଏହା କୁହାଯାଉଛି ଯେ, ସରକାର ମହଙ୍ଗା ଭତ୍ତା ବଢାଇପାରନ୍ତି । କିନ୍ତୁ କେନ୍ଦ୍ର ସରକାରଙ୍କ ତରଫରୁ ଏହାକୁ ନେଇ ଔପଚାରିକ ଭାବେ କିଛି ଘୋଷଣା କରାଯାଇନାହିଁ ।

ବର୍ତ୍ତମାନ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୧୭ ପ୍ରତିଶତ ରହିଛି । ସରକାର ପ୍ରତିଶ୍ରୁତି ଦେଇଥିଲେ ଯେ, ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି କରିବେ । ମାତ୍ର କରୋନା ଭାଇରସ୍ ଯୋଗୁଁ ଏହାକୁ ଜୁଲାଇ ୨୦୨୧ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି । ମହାଙ୍ଗା ଭତ୍ତାର ହିସାବ ସପ୍ତମ ବେତନ କମିଶନ ଆଧାରରେ କରାଯିବ ।

   Related Posts