Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ

6/09/2021 at 3:40 PM

ଭୁବନେଶ୍ବର ୬/୦୯: କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ କଲ୍ୟାଣ ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଓଡିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱରର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟ ବିଜେପି ପକ୍ଷରୁ ସ୍ୱାଗତ କରାଯାଇଛି । ତାଙ୍କର ଓଡିଶାରେ ଛଅ ଦିନ ରହିବାର କାର୍ଯ୍ୟକ୍ରମ ରହିଛି ।

ସେ ଭୁବନେଶ୍ୱରରେ ପହଞ୍ଚିଲା ପରେ ପ୍ରଥମେ ଲିଙ୍ଗରାଜ ମନ୍ଦିର ଯାଇ ଦର୍ଶନ କରିଛନ୍ତି। ତାପରେ ଶ୍ରୀମନ୍ଦିର ଦର୍ଶନ ପାଇଁ ପୁରୀ ଯିବାର କାର୍ଯ୍ୟକ୍ରମ ରହିଛି । ସେଠାରେ ସେ ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ଭେଟିବେ । ପୁରୀରୁ ଫେରି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଯୋଗଦେବେ ।

ସେପ୍ଟେମ୍ବର ୮ ରୁ ୧୧ ପର୍ଯ୍ୟନ୍ତ ମୟୁରଭଞ୍ଜ ସଂସଦୀୟ କ୍ଷେତ୍ରର ବିଭିନ୍ନ ଅଞ୍ଚଳକୁ ଯାଇ ଦଳୀୟ ଏବଂ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ । ମୋଦିଙ୍କ କ୍ୟାବିନେଟ୍ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣର ଦ୍ବିତୀୟ ପାଳିରେ ବିଶ୍ୱେଶ୍ୱର ଟୁଡୁ ସ୍ଥାନ ପାଇଛନ୍ତି। ମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ସେ ପ୍ରଥମ ଥର ପାଇଁ ଓଡିଶା ଆସିଛନ୍ତି ।

   Related Posts