Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

ରାଜ୍ୟପାଳ ନିଯୁକ୍ତ ହେବାପରେ ବିଶ୍ବଭୂଷଣଙ୍କୁ ବଧେଇ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କହିଲେ ଓଡିଶା ପାଇଁ ସମ୍ମାନର କଥା

16/07/2019 at 7:07 PM

ଭୁବନେଶ୍ବର୧୬|୭: ବରିଷ୍ଠ ବିଜେପି ନେତା ବିଶ୍ବ ବୂଷଣ ହରିଚନ୍ଦନଙ୍କୁ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ରାଷ୍ଟ୍ରପତି ନିଯୁକ୍ତ କରିବାପରେ ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଟୁଇଟ ଜରିାରେ ସେ କହିଛନ୍ତି ଯେ, ବିଶ୍ବଭୂଷଣ ବାବୁ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ହେବା ଓଡିଶା ପାଇଁ ଗୌରବ ଏବଂ ସମ୍ମାନର ବିଷୟ । ଏଥିପାଇଁ ସେ ପ୍ରଧାନମନ୍ତ୍ରୀ ଏବଂ ଗୃହମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କଠାରୁ ଆରମ୍ଭ କରି ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପର୍ଯ୍ୟନ୍ତ ବହୁ ରାଜନେତା ବିଭିନ୍ନ ସମୟରେ ବିଭିନ୍ନ ରାଜ୍ୟର ରାଜ୍ୟପାଳ ରହିଛନ୍ତି । ହରେକୃଷ୍ଣ ମହତାବ ବମ୍ବେର ରାଜ୍ୟପାଳ ଥିଲେ । ସେହିଭଳି ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଆସାମର ରାଜ୍ୟପାଳ ଥିଲେ । ଲୋକନାଥ ମିଶ୍ର ମଧ୍ୟ ଆସାମର ରାଜ୍ୟପାଳ ଥିଲେ । ତିନ୍ତାମଣି ପାଣିଗ୍ରାହୀ ମଣିପୁରର ରାଜ୍ୟପାଳ ଥିଲେ । ବିଜେପି ନେତ୍ରୀ ଦ୍ରୌପଦୀ ମୁର୍ମୁ ଝାଡଖଣ୍ଡ ରାଜ୍ୟପାଳ ଅଛନ୍ତି ।

   Related Posts