Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ଲକଡାଉନରେ ମନ୍ଦିର ସେବାୟତ ଓ ପୂଜକଙ୍କ ପାଇଁ ବାହାରିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଢଙ୍ଗୀ, ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ କଲେ ନିବେଦନ

5/04/2020 at 11:27 AM

ଭୁବନେଶ୍ୱର ୦୫|୦୪: ରାଜ୍ୟର ବିଭିନ୍ନ ମନ୍ଦିର ଲକଡାଉନ ପାଇଁ ବନ୍ଦ ହୋଇ ରହିଛି । କରୋନା ସଂକ୍ରମଣକୁ ରୋକିବା ପାଇଁ ସାମାଜିକ ଦୂରତା ରକ୍ଷା କରିବା କାରଣରୁ ସମସ୍ତ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ କରିଦିଆଯାଇଛି । ଯାହାର ପ୍ରଭାବ ମନ୍ଦିରର ପୂଜକ ତଥା ସେବାୟତଙ୍କ ଉପରେ ପଡିଛି । ସେମାନେ ଆର୍ଥିକ ସମସ୍ୟା ଦେଇ ଗତି କରୁଥିବାରୁ ଏହାର ନିରାକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଢଙ୍ଗୀ ।

ପ୍ରତାପ ଷଢଙ୍ଗୀ ଲେଖିଛନ୍ତି ଯେ, ରାଜ୍ୟର ଜଗନ୍ନାଥ ମନ୍ଦିର, ଲିଙ୍ଗରାଜ ମନ୍ଦିର, ବିରଜା ମନ୍ଦିର, ତାରିଣୀ ମନ୍ଦିର, ଖିରଚୋରା ଗୋପୀନାଥ ମନ୍ଦିର ଭଳି ସମସ୍ତ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିଛି । ଫଳରେ ମନ୍ଦିର ଗୁଡିକ ଆର୍ଥିକ ସମସ୍ୟା ଦେଇ ଗତି କରୁଛନ୍ତି । ଅନ୍ୟ ରାଜ୍ୟ ଭଳି ଓଡିଶାର ମନ୍ଦିରର ପୂଜକଙ୍କ ପାଇଁ ମାସିକ ଦରମା ବ୍ୟବସ୍ଥା ନାହିଁ । ପୂଜକ ଓ ସେବାୟତମାନ ଭକ୍ତଙ୍କ ଦାନରେ ନିଜର ଗୁଜୁରାଣ ମେଣ୍ଟାଇବା ସହ ପରିବାର ଚଳାଇଥାନ୍ତି । ଲକଡାଉନ ପାଇଁ ସେମାନେ ଅନେକ ସମସ୍ୟାର ସାମ୍ନା କରୁଛନ୍ତି ।

ତେଣୁ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଚିଠି ଲେଖି ଦେବୋତ୍ତର ବିଭାଗ ପୂଜକ ଓ ସେବାୟତଙ୍କ ପାଇଁ ଆର୍ଥିକ ପ୍ୟାକେଜ ପ୍ରଦାନ କରିବାକୁ ଅନୁରୋଧ କରିଛନ୍ତି ।

   Related Posts