Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରୀୟ ଟିମ୍, ଆସନ୍ତାକାଲି ପ୍ରଭାବିତ ଅଞ୍ଚଳ ଗସ୍ତ ସହ ବାତ୍ୟା କ୍ଷୟକ୍ଷତିର କରିବେ ଆକଳନ

6/06/2021 at 9:58 PM

ଭୁବନେଶ୍ୱର, ୦୬/୦୬: ବାତ୍ୟା ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ ନେଇ ଓଡ଼ିଶାରେ ପହଁଚିଛି କେନ୍ଦ୍ରୀୟ ଦଳ । ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବ ସୁନୀଲ ବଂଶଓ୍ୱାଲଙ୍କ ନେତୃତ୍ୱରେ ଏହି ଟିମ ଓଡ଼ିଶା ଆସିଛି । ଏହି କେନ୍ଦ୍ରୀୟ ଦଳରେ ୭ ଜଣ ସଦସ୍ୟ ରହିଛନ୍ତି । ସେମାନଙ୍କ ମଧ୍ୟରେ ୪ ଜଣ ଓଡ଼ିଆ ରହିଛନ୍ତି ।

ଦୁଇଦିନ ଧରି କେନ୍ଦ୍ରୀୟ ଦଳ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି । ବାତ୍ୟା ୟସ  ଦ୍ବାରା ବିଶେଷ ଭାବେ ପ୍ରଭାବିତ ହୋଇଥିବା ୪ ଜିଲ୍ଲା ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଓ ମୟୂରଭଞ୍ଜ ଗସ୍ତ କରିବ ଏହି ଟିମ । ଦୁଇ ଟିମରେ ବିଭକ୍ତ ହୋଇ ୪ ଜିଲ୍ଲା ଗସ୍ତ କରିବ ଏହି କେନ୍ଦ୍ରୀୟ ପ୍ରତିନିଧି ଦଳ । ୨ ଦିନର ଅନୁଧ୍ୟାନ ପରେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଓ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ସହ ଟିମ ଆଲୋଚନା ମଧ୍ୟ କରିବାର କାର୍ଯ୍ୟକ୍ରମ ରହିଛି । 

ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ବାତ୍ୟାଞ୍ଚଳ ବୁଲି ଦେଖିବା ସହ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ସରକାରଙ୍କ ପ୍ରତିନିଧି ମଣ୍ଡଳୀ ସହ ସମୀକ୍ଷା ବୈଠକ କରିଥିଲେ । ଦିଲ୍ଲୀ ଫେରି ଓଡ଼ିଶାକୁ ୫ ଶହ କୋଟିର ସହାୟତା ରାଶି ପ୍ରଦାନ କରିଥିଲେ ପ୍ରଧାନମନ୍ତ୍ରୀ । କେନ୍ଦ୍ରୀୟ ଟିମ ସମୀକ୍ଷା କରିବା ପରେ ବାକି ସହାୟତା ଅର୍ଥ ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ ପ୍ରଧାନମନ୍ତ୍ରୀ ।

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ଦୀର୍ଘ ସ୍ଥାୟୀ ଯୋଜନା କରିବା ପାଇଁ କେନ୍ଦ୍ର ନିକଟରେ ଦାବି ରଖିଛି ରାଜ୍ୟ । ଅନ୍ୟପଟେ ୟାସ ବାତ୍ୟା ଓ ପରବର୍ତ୍ତୀ ବନ୍ୟାରେ ପ୍ରାୟ ୬୨୦ କୋଟି କ୍ଷୟକ୍ଷତି ହୋଇଥିବା ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

   Related Posts