Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ବାଲେଶ୍ବରରେ ପହଞ୍ଚିଲେ ୪ଜଣିଆ ସେଣ୍ଟ୍ରାଲ୍ ଟିମ୍, ‘ୟାସ୍’ କ୍ଷୟକ୍ଷତିର କରିବେ ସମୀକ୍ଷା

7/06/2021 at 1:07 PM

ବାଲେଶ୍ବର ୭।୬: ବାଲେଶ୍ବର ଜିଲ୍ଲାରେ ପହଞ୍ଚିଲେ ୪ ଜଣିଆ ସେଣ୍ଟ୍ରାଲ ଟିମ୍ । ଜିଲ୍ଲା ପ୍ରଶାସନ ସହିତ ଆଲୋଚନା ପରେ ସଦର, ସୋର ଓ ବାହାନଗା ବ୍ଲକ୍ ବାତ୍ୟାଞ୍ଚଳ ପରିଦର୍ଶନ କରିବେ । ଶେଷରେ ପ୍ରଶାସନ ସହିତ ସମୀକ୍ଷା କରିବା ପରେ ମୟୂରଭଞ୍ଜ ଗସ୍ତରେ ଯିବ ଟିମ୍ ।

ବାତ୍ୟା ‘ୟାସ୍’ କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ରବିବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଥିଲା କେନ୍ଦ୍ରୀୟ ଟିମ୍ । ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବ ସୁନୀଲ କୁମାର ବର୍ଣ୍ଣଓ୍ବାଲଙ୍କ ନେତୃତ୍ବରେ ଏହି ଟିମ୍ ଆସିଛି। ଏହି ୭ ଜଣିଆ କେନ୍ଦ୍ରୀୟ ଟିମ୍ ଆଜିଠୁ ଦୁଇଦିନ ଧରି ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କରିବେ।

ଆଜି ୪ଟି ବାତ୍ୟା ପ୍ରଭାବିତ ଜିଲ୍ଲା ପରିଦର୍ଶନ କରିବ ଏହି ଟିମ୍ । ୨ ଭାଗରେ ବିଭକ୍ତ ହୋଇ ଏହି ଟିମ୍ ୨ଟି ଲେଖାଁଏ ଜିଲ୍ଲା ଭିଜିଟ୍ କରିବ ।  ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଗସ୍ତରେ ଯିବ ଏହି ଟିମ୍। ଏହା ପରେ ରାଜ୍ୟ ସରକାରଙ୍କ ସହିତ ମଧ୍ୟ ଆଲୋଚନା କରିବେ । ୨ ଦିନର ଅନୁଧ୍ୟାନ ପରେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଓ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ସହ ଏହି ଟିମ୍ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।  କ୍ଷୟକ୍ଷତିର ଆକଳନ କରିବା ପରେ ଟିମ୍ କେନ୍ଦ୍ର ସରକାରଙ୍କୁ ରିପୋର୍ଟ ଦେବ ।

ବାତ୍ୟା ‘ୟାସ୍’ର କ୍ଷୟକ୍ଷତି ଆକଳନ ପାଇଁ କେନ୍ଦ୍ରରୁ ଏହି ଟିମ୍ ଓଡ଼ିଶା ଆସିଛି । ପୂର୍ବରୁ ରାଜ୍ୟ ସରକାର କ୍ଷୟକ୍ଷତିର ଆକଳନ ମଧ୍ୟ କରୁଛନ୍ତି। ଜିଲ୍ଲା ପ୍ରଶାସନ ମାଧ୍ୟମରେ କ୍ଷୟକ୍ଷତି ଆକଳନ ରିପୋର୍ଟ ଅନୁସାରେ ୬୧୦କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ଏବେ କେନ୍ଦ୍ରୀୟ ଟିମ୍ ଆସି ବାତ୍ୟା ପ୍ରଭାବିତ ଜିଲ୍ଲାଗୁଡିକ ପରିଦର୍ଶନ କରିବ।

   Related Posts