Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ରୀୟ ଟିମ୍, ପରଖିବେ ରାଜ୍ୟର କୋଭିଡ୍ ସ୍ଥିତି

5/07/2021 at 11:09 AM

ଭୁବନେଶ୍ବର ୫।୭: ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ରୀୟ ଟିମ୍ । ରାଜ୍ୟରେ କୋଭିଡ୍ ସ୍ଥିତି ଅନୁଧ୍ୟାନ ସହ କୋଭିଡ୍ ନିୟନ୍ତ୍ରଣ ପାଇଁ ଓଡିଶା ଆସିଛନ୍ତି ଏହି ଟିମ୍ । ଶିବାନୀ ଦତ୍ତଙ୍କ ନେତୃତ୍ବରେ ଦୁଇ ଜଣିଆ ଟିମ୍ ସୋମବାର ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି । ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ରଙ୍କ ସହ କରୋନା ସ୍ଥିତି ନେଇ ଆଲୋଚନା ଜାରି ରହିଛି ।

ରାଜ୍ୟର କରୋନା ସ୍ଥିତି ନେଇ କେନ୍ଦ୍ରୀୟ ଟିମ୍ ନିକଟରେ ସାମଗ୍ରିକ ରିପୋର୍ଟ ଦାଖଲ କରିବେ ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ । ପ୍ରାଥମିକ ଆଲୋଚନା ପରେ କେନ୍ଦ୍ରୀୟ ଟିମ ଅଧିକ ସଂକ୍ରମିତ ଜିଲ୍ଲାକୁ କ୍ଷେତ୍ର ପରିଦର୍ଶନରେ ଯିବାର କାର୍ଯ୍ୟକ୍ରମ ରହିଛି ।

ଓଡିଶା ବ୍ୟତୀତ ଅନ୍ୟ ୫ ରାଜ୍ୟକୁ ମଧ୍ୟ ଯିବ କେନ୍ଦ୍ରୀୟ ଟିମ୍ । କେରଳ, ଅରୁଣାଚଳ ପ୍ରଦେଶ, ତ୍ରିପୁରା, ଛତିଶଗଡ, ମଣିପୁରକୁ ଯିବ ଟିମ୍‌ । ବହୁଳ କୋଭିଡ୍‌ ସଂକ୍ରମିତ ରାଜ୍ୟକୁ ଟିମ୍‌ କେନ୍ଦ୍ର ପଠାଇଛନ୍ତି ଟିମ୍ । କୋଭିଡ୍‌ ସୁପରିଚାଳନା ପାଇଁ ପରାମର୍ଶ ଦେବ ଏହି ଟିମ୍‌ । ଟିମ୍‌ର ରିପୋର୍ଟ ଆଧାରରେ କେନ୍ଦ୍ର ସରକାର ପଦକ୍ଷେପ ନେବେ । କୋଭିଡ୍ ନିୟନ୍ତ୍ରଣ, କଣ୍ଟେନମେଣ୍ଟ ଜୋନ୍ ନେଇ ଏହି ଟିମ୍ ପରାମର୍ଶ ଦେବ ।

   Related Posts