Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଳେଶ୍ୱର : ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଗାଡିରେ ଥିଲେ ୫୦ରୁ ଅଧିକ ଲୋକ
  • ||
  • ନୂଆଦିଲ୍ଲୀ : ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ
  • ||
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||

ଓଡିଶାରେ କେନ୍ଦ୍ରୀୟ ଟିମ୍, ଆଜି ‘ଫୋନି’ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନରେ ଯିବେ

21/06/2019 at 9:28 AM

ଭୁବନେଶ୍ବର ୨୧|୬: ବାତ୍ୟା ଫୋନି କ୍ଷୟକ୍ଷତିର ଆକଳନ ପାଇଁ ପୁଣି ଓଡିଶା ଆସିଛନ୍ତି କେନ୍ଦ୍ରୀୟ ପ୍ରତିନିଧି ଦଳ । ବିବେକ ଭରଦ୍ବାଜଙ୍କ ନେତୃତ୍ବରେ ୫ ଜଣିଆ ଟିମ୍ ଭୁବନେଶ୍ବରର ଆସିଛନ୍ତି । ଏହି ଟିମ୍ ର ଅନ୍ୟ ସଦସ୍ୟମାନେ ହେଲେ ଅଜୟ କୁମାର, ବିବେକ ଗୋଏଲ, ଏସ୍.ଏସ୍.ମୋଦି ଏବଂ ବୀରେନ୍ଦ୍ର ସିଂହ । ୫ ଜଣିଆ ଟିମ୍ ସହ ଓଡ଼ିଶାରେ ଅବସ୍ଥାପିତ ସଡ଼କ ପରିବହନ ଓ ଜାତୀୟ ରାଜପଥ ବିଭାଗର ଆଞ୍ଚଳିକ ଅଧିକାରୀ ରାକେଶ କୁମାର ଏବଂ କେନ୍ଦ୍ର ଜଳ ସଂପଦ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଅମ୍ରିଶ ପାଲ୍ ସିଂହ ମଧ୍ୟ ବାତ୍ୟା କ୍ଷୟକ୍ଷତି ଅନୁଧ୍ୟାନ କରିବେ ।

ଆଜି ଏହି ଟିମ୍ ପୁରୀ ଜିଲ୍ଲା ଗସ୍ତ କରି କ୍ଷୟକ୍ଷତି ନେଇ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବ । ୨୨ ତାରିଖରେ ଟିମ୍ ଦିଲ୍ଲୀ ଫେରିଯିବ । ପୂର୍ବରୁ ଏହି ପ୍ରତିନିଧି ଦଳ ପୁରୀ, ଖୋର୍ଦ୍ଧା, କଟକ ଜିଲ୍ଲାର ବାତ୍ୟାଞ୍ଚଳ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କରିବା ସହ ବିପନ୍ନଙ୍କୁ ଭେଟି ଆଲୋଚନା କରିଥିଲେ । ମୁଖ୍ୟ ଶାସନ ସଚିବ, ଏସ୍.ଆର୍.ସି.ଙ୍କ ସହ ବୈଠକ ମଧ୍ୟ କରିଥିଲେ ।

   Related Posts