ଭଦ୍ରକରେ ବାତ୍ୟା ‘ୟାସ୍’ କ୍ଷୟକ୍ଷତିର ସମୀକ୍ଷା କରୁଛନ୍ତି କେନ୍ଦ୍ରୀୟ ଟିମ

Published By : Prameya-News7 Bureau | June 07, 2021 IST

ଭଦ୍ରକ ୭/୬ : ବାତ୍ୟା କ୍ଷୟକ୍ଷତିର ଅନୁଧ୍ୟାନ କରୁଛନ୍ତି କେନ୍ଦ୍ରୀୟ ଟିମ । ଧାମରା ହେଲିପ୍ୟାଡ଼ରେ ପହଞ୍ଚି ପ୍ରଭାବିତ ଅଞ୍ଚଳକୁ ଯାଇ ସ୍ଥିତି ସମୀକ୍ଷା କରୁଛନି । ଟିମରେ ଅଛନ୍ତି କୃଷି ମନ୍ତ୍ରଣାଳୟ ନିର୍ଦ୍ଦେଶକ ବିପୁଳ କୁମାର ଶ୍ରୀବାସ୍ତବ, ଅର୍ଥ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁରଜ କୁମାର ପ୍ରଧାନ, ଏବଂ ରାଜପଥ ଓ ରୋଡ ଟ୍ରାନ୍ସପୋର୍ଟ ମନ୍ତ୍ରଣାଳୟ ଓ ଜିଲ୍ଲା ପ୍ରଶାସନର ଅଧିକାରୀ ଶାଶ୍ୱତ ମହାପାତ୍ର ।

wp:gallery {"ids":[462687],"linkTo":"none"} /wp:gallery

ବାତ୍ୟା ‘ୟାସ୍’ କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ରବିବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଥିଲା କେନ୍ଦ୍ରୀୟ ଟିମ୍ । ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବ ସୁନୀଲ କୁମାର ବର୍ଣ୍ଣଓ୍ବାଲଙ୍କ ନେତୃତ୍ବରେ ଏହି ଟିମ୍ ଆସିଛି । ଏହି ୭ ଜଣିଆ କେନ୍ଦ୍ରୀୟ ଟିମ୍ ଆଜିଠୁ ଦୁଇଦିନ ଧରି ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କରିବେ । ୨ ଭାଗରେ ବିଭକ୍ତ ହୋଇ ଏହି ଟିମ୍ ୨ଟି ଲେଖାଁଏ ଜିଲ୍ଲା ଭିଜିଟ୍ କରିବ ।

wp:gallery {"ids":[462688],"linkTo":"none"} /wp:gallery

ଏହା ପରେ ରାଜ୍ୟ ସରକାରଙ୍କ ସହିତ ମଧ୍ୟ ଆଲୋଚନା କରିବେ । ୨ ଦିନର ଅନୁଧ୍ୟାନ ପରେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଓ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ସହ ଏହି ଟିମ୍ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । କ୍ଷୟକ୍ଷତିର ଆକଳନ କରିବା ପରେ ଟିମ୍ କେନ୍ଦ୍ର ସରକାରଙ୍କୁ ରିପୋର୍ଟ ଦେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.