ବାତ୍ୟା ‘ଫୋନି’ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲା ପରେ ୧୦୦୦ କୋଟି ଟଙ୍କାର ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି

Published By : Prameya-News7 Bureau | May 06, 2019 IST

ଭୁବନେଶ୍ବର ୬|୫: ବାତ୍ୟା ‘ଫୋନି’ ପ୍ରଭାବିତ ଅଞ୍ଚଳ ଆକାଶମାର୍ଗରୁ ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହାପରେ ବିମାନବନ୍ଦରରେ ସମୀକ୍ଷା ବୈଠକରେ ଯୋଗ ଦେଇଛନ୍ତି ମୋଦି । ବୈଠକରେ ବାତ୍ୟା ‘ଫୋନି’ ପରେ ଯେଉଁ କ୍ଷୟକ୍ଷତି ହୋଇଛି ସେନେଇ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି । ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ । ଟେଲିକମ୍, ଶକ୍ତି, ସ୍ବାସ୍ଥ୍ୟ ଓ ରେଳ ବିଭାଗର କେନ୍ଦ୍ରୀୟ ଅଧିକାରୀ ମାନେ ଉପସ୍ଥିତ ରହିଛନ୍ତି । କେନ୍ଦ୍ରୀୟ ଅଧିକାରୀଙ୍କ ସହ ରାଜ୍ୟର ବରିଷ୍ଠ ଅଧିକାରୀ ମାନେ ମଧ୍ୟ ଏହି ବୈଠକରେ ଉପସ୍ଥିତ ଥିଲେ ।
ବୈଠକରେ ପରେ ବାତ୍ୟା ଫୋନି ଦ୍ବାରା କ୍ଷତିଗ୍ରସ୍ତ ହୋଇଥିବା ପୁରୀ ଓ ଭୁବନେଶ୍ବରର ସ୍ଥିତି ଆକାଶମାର୍ଗରୁ ଅନୁଧ୍ୟାନ କରିଥିଲେ ପ୍ରଧାନମନ୍ତ୍ରୀ । ବାତ୍ୟା ‘ଫୋନି’ ପାଇଁ ୧୦୦୦ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି ମୋଦି । ସ୍ଥିତି ସମୀକ୍ଷା ପରେ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ‘ଫୋନି’ ପୂର୍ବରୁ ୩୮୧ କୋଟି ଟଙ୍କାର ସହାୟତା ଯୋଗାଇ ଦିଆଯାଇଥିଲା । ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ଗୁରୁତରଙ୍କୁ ୫୦ ହଜାର ଟଙ୍କା ଯୋଗାଇ ଦିଆଯିବ ।
‘ଫୋନି’ ପୂର୍ବରୁ ରାଜ୍ୟ ସରକାର ୧୨ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର ପ୍ରକ୍ରିୟାକୁ କଲେ ପ୍ରଶଂସା ପ୍ରଧାନମନ୍ତ୍ରୀ । ସ୍ଥାନାନ୍ତରଣ ପ୍ରକ୍ରିୟାରେ ସହଯୋଗ କରଥିବାରୁ ଓଡିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ । କେନ୍ଦ୍ରରୁ ଏକ ସ୍ବତନ୍ତ୍ର ଟିମ୍ ଆସି ପୁରା ସ୍ଥିତିର ତଦାରଖ କରିବେ । ‘ଫୋନି’ ମୁକାବିଲାରେ ରାଜ୍ୟ ଓ କେନ୍ଦ୍ର ମିଳିତ ସହଯୋଗରେ କାମ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.