Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ଇଣ୍ଡିଆନ ସୁପର ଲିଗ ଦଳ ମୁମ୍ବାଇ ସିଟି ଏଫସିର ୬୫ ପ୍ରତିଶତ ଅଂଶ କିଣିଲା ବିଶ୍ୱପ୍ରସିଦ୍ଧ ସିଟି ଫୁଟବଲ ଗ୍ରୁପ

28/11/2019 at 10:00 PM

ମୁମ୍ବାଇ / ଭୁବନେଶ୍ୱର: କ୍ରୀଡା କ୍ଷେତ୍ରରେ ଏକ ଐତିହାସିକ ଘଟଣାକ୍ରମରେ ଇଂଲିଶ ପ୍ରିମିୟର ଲିଗ ଚାମ୍ପିୟନ ମାଚେଂଷ୍ଟର ସିଟି ଦଳର ମୂଳ କମ୍ପାନୀ ସିଟି ଫୁଟବଲ ଗ୍ରୁପ୍ ଆଜି ଇଣ୍ଡିଆନ ସୁପର ଲିଗ ର ଫ୍ରାଚାଂଇଜ଼ି ମୁମ୍ବାଇ ସିଟି ଏଫସିରେ ୬୫ ପ୍ରତିଶତ ଅଂଶଧନ କ୍ରୟ କରିଥିବା ଘୋଷଣା କରିଛି। ଏଥିସହିତ ମୁମ୍ବାଇ ସିଟି ଏଫସି ସିଟି ଫୁଟବଲ ୠ୍ରୁପ୍ ନେଟୱର୍କର ଅଷ୍ଟମ କ୍ଲବ ହେବ। ସିଟି ଫୁଟବଲ ୠ୍ରୁପ୍
ଏବେ ମୁମ୍ବାଇ ସିଟି ଏଫସି ଦଳରେ ୬୫ ପ୍ରତିଶତ ଅଂଶର ମାଲିକାନା ହାସଲ କରିବା ସହିତ ବର୍ତମାନର ଅଂଶଧନକାରୀ (ସେୟାରହୋଲ୍ଡର) ଅଭିନେତା ରଣବୀର କପୁର ଓ ବିମଲ ପାରେଖଙ୍କ ପାଖରେ ବଳକା ୩୫ ପ୍ରତିଶତ ଅଂଶଧନ ରହିବ। ଦଳର ପ୍ରଶଂସକମାନଙ୍କ ଗହଣରେ ଆଜି ମୁମ୍ବାଇ ଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ଫୁଟବଲ ସ୍ପୋର୍ଟ୍ସ ଡେଭେଲପମେଂଟ୍ ଲିମିଟେଡ଼ଏବଂ ରିଲାଏନ୍ସ ଫାଉଂଡେସନର ପ୍ରତିଷ୍ଠାତ୍ରୀ ଅଧ୍ୟକ୍ଷା ନୀତା ଅମ୍ବାନୀ ଏବଂ ସିଟି ଫୁଟବଲ ଗ୍ରୁପର ମୁଖ୍ୟ କାର୍ଯ୍ୟର୍ନିବାହୀ ଅଧିକାରୀ ଫେରାନ ସୋରିୟାନୋ ଏହି ଘୋଷଣା କରିଛନ୍ତି। ଏହି ଘୋଷଣା ଅବସରରେ ଶ୍ରୀମତୀ ଅମ୍ବାନୀ କହିଛନ୍ତି ଯେ, “ଆଜି ଆମେ ବିଶ୍ୱର ଫୁଟବଲ ଶକ୍ତିକେନ୍ଦ୍ରକୁ ଭାରତକୁ, ଇଣ୍ଡିଆନ ସୁପର ଲିଗକୁ ଏବଂ ଭାରତୀୟ ଫୁଟବଲକୁ ସ୍ୱାଗତ ଜଣାଉଛୁ। ଏହା ଏକ ଐତିହାସିକ କ୍ଷଣ କାରଣ ପ୍ରଥମ ଥର ପାଇଁ ଏକ ଇଉରୋପିଆନ କ୍ଲବ କୌଣସି ଭାରତୀୟ କ୍ଲବରେ ବହୁସଂଖ୍ୟକ ଅଂଶଧନ କ୍ରୟ କରିଛି। ଏହା ଭାରତୀୟ ଫୁଟବଲ ହାସଲ କରିଥିବା ଉତ୍କର୍ଷ ଓ ଭାରତୀୟ ଫୁଟବଲକୁ ନେଇ ଆମର ପ୍ରତିବଦ୍ଧତା ତଥା ଦୁରଦୃଷ୍ଟିକୁ ପ୍ରମାଣିତ କରିବା ସହ ଭାରତରେ ଫୁଟବଲର ବଢୁଥିବା ଲୋକପ୍ରିୟତା ଓ ଜନସମର୍ଥନର ପରିଚାୟକ।’’

ଭାରତରେ ସିଟି ଫୁଟବଲ ଗ୍ରୁପ୍କୁ ସ୍ୱାଗତ ଜଣାଇବା ସହିତ ଏହି ଐତିହାସିକ ସହବନ୍ଧନ ଦ୍ୱାରା ମୁମ୍ବାଇ ସିଟି ଏଫସି ଦଳ ଓ ଭାରତୀୟ ଫୁଟବଲ ବେଶ ଲାଭାନ୍ୱିତ ହେବ ବୋଲି ଶ୍ରୀମତୀ ଅମ୍ବାନୀ ଆଶା ପ୍ରକାଶ କରିଥିଲେ। ଏହି ଅଧିଗ୍ରହଣ ଘୋଷଣା ଅବସରରେ ସିଟି ଫୁଟବଲ ଗ୍ରୁପ୍ର ଅଧ୍ୟକ୍ଷ୍ୟ ଖଲଦୂନ ଅଲ ମୁବାରକ କହିଛନ୍ତି ଯେ, “ଏହି ଅଧିଗ୍ରହଣ ଓ ପୁଞ୍ଜିନିବେଶ ମୁମ୍ବାଇ ସିଟି ଏଫସି, ସିଟି ଫୁଟବଲ ଗ୍ରୁପ୍ ଓ ଭାରତୀୟ ଫୁଟବଲ ଜଗତରେ ଏକ ବଡ଼ ପରିର୍ତନ ଆଣିବ ବୋଲି ଆମର ବିଶ୍ୱାସ ରହିଛି। ଭାରତରେ ଫୁଟବଲର ଭବିଷ୍ୟତ ଓ ମୁମ୍ବାଇ ସିଟି ଏଫସି ପାଇଁ ସିଟି ଫୁଟବଲ ଗ୍ରୁପ୍ ପ୍ରତିବଦ୍ଧ। ଆମେ ମୁମ୍ବାଇ ସିଟି ଏଫସିର ପ୍ରଶଂସକ ଓ ସ୍ଥାନୀୟ ସମୁଦାୟରେ ସକ୍ରିୟ ଭୂମିକା ଗ୍ରହଣ କରିବା ପାଇଁ ବେଶ ଉତ୍ସୁକ ଏବଂ ଆମର ସହ-ମାଲିକ ମାନଙ୍କ ସହିତ ଏକାଠି କାର୍ଯ୍ୟ କରି କ୍ଲବର ତ୍ୱରିତ ବିକାଶ ଦିଗରେ ଆମେ ପ୍ରଚେଷ୍ଟା କରିବୁ।’’
ସିଟି ଫୁଟବଲ ଗ୍ରୁପ୍ ପକ୍ଷରୁ ସିଟି ଫୁଟବଲ ଗୃପ ଇଣ୍ଡିଆର ମୁଖ୍ୟ ଭାବେ ବରିଷ୍ଠ ଉପସଭାପତି ଡେମିୟନ ବିଲୋବୀଙ୍କ ନାମ ଘୋଷଣା କରାଯାଇଛି, ଯିଏ ଆଗାମୀ ସପ୍ତାହରେ ସିଙ୍ଗାପୁରରୁ ଭାରତକୁ ସ୍ଥାନାନ୍ତରିତ ହେବେ। ଉଲ୍ଲେଖଯୋଗ୍ୟ ଯେ ସିଟି ଫୁଟବଲ ଗ୍ରୁପ୍ ବିଶ୍ୱର ଅଗ୍ରଣୀ ଫୁଟବଲ କ୍ଲବ ସମୂହର ସଂ·ଳକ ଏବଂ ଏହାର ମାଲିକାନାରେ ରହିଥିବା କ୍ଲବଗୁଡିକ ମଧ୍ୟରେ ରହିଛି ଇଂଲିଶ ପ୍ରିମିୟର ଲିଗ ଚମ୍ପିୟାନ ମଚେଂଷ୍ଟର ସିଟି ଏଫସି ସମେତ ଆମେରିକାର ନ୍ୟୁୟର୍କ ସିଟି, ଅଷ୍ଟ୍ରେଲିଆର ମେଲବର୍ନ ସିଟି ଏଫସି, ଜାପାନର ୟୋକହାମା ଏଫ ମଇରିନୋ, ଉରୁଗୁଏର କ୍ଲବ ଏଟଲେଟିକୋ ଟର୍କ, ସ୍ପେନର ଗିରୋନା ଏଫସି ଏବଂ ଚୀନର ସିଚୁଆନ ଜିଉନିଉ ଏଫସି ।

   Related Posts