Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ଆସନ୍ତା ୫ ଦିନ କମିବ ତାପମାତ୍ରା, ସପ୍ତାହେ ଯାଏଁ କାଳବୈଶାଖୀ ସମ୍ଭାବନା

23/04/2020 at 12:09 PM

ଭୁବନେଶ୍ୱର ୨୩।୦୪: ପୂର୍ବ ମଧ୍ୟ ପ୍ରଦେଶ ଉପରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଆସନ୍ତା ସପ୍ତାହକ ଯାଏ ଓଡ଼ିଶାରେ କାଳବୈଶାଖୀ ଜାରି ରହିବ। ଉତ୍ତର ଓ ଉପକୂଳ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ପବନ ହେବ । ସ୍ଥାନେ ସ୍ଥାନେ ବଜ୍ରପାତ ହେବ। ୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ଜିଲ୍ଲାରେ ଝଡ଼ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣଂ ଜାରି କରାଯାଇଛି । ପରିସ୍ଥିତି ଉପରେ ଦୃଷ୍ଟି ରଖିବାକୁ ପରାମର୍ଶ ଦିଆଯାଇଛି ।

ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଆଜି ଓ ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଅନୁଗୁଳ, ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହୋଇପାରେ। ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ। ୨୪ ଓ ୨୫ ତାରିଖରେ ୧୦ ଜିଲ୍ଲା ପାଇଁ ଅରେଞ୍ଜ ଓ ୯ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣଂ ଜାରି ହୋଇଛି । ଉପକୂଳ ଓଡିଶାର ସମସ୍ତ ଜିଲ୍ଲା ସମେତ ଉତ୍ତର ଓଡ଼ିଶା, ଅନୁଗୁଳ, ଦେବଗଡ଼ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ। କେତେକ ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ହେବ। ଏହି ସମୟରେ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ କିଛି ମାତ୍ରାରେ କମ ରହିବ।

୨୬ ତାରିଖରେ ଜଗତସିଂହପୁର, ପୁରୀ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ଅଧିକ ରହିବ। ୨୭ ତାରିଖରେ ସମ୍ବଲପୁର, ସୋନପୁର, ଝାରସୁଗୁଡା, ବରଗଡ଼, ଗଜପତି, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବ ଅଧିକ ରହିବ। ଆସନ୍ତା ୫ ଦିନ ପାଇଁ ସର୍ବୋଚ୍ଚ ତାପମାତ୍ରାରେ ସେଭଳି ପରିବର୍ତ୍ତନ ହେବନି। ତାପମାତ୍ରା ସ୍ୱାଭାବିକ ଠାରୁ ୩ ଡିଗ୍ରି କମ ରହିବ ବୋଲି ଆକଳନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇଛି । ମାଲକାନଗିରିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୧ ଡିଗ୍ରି ରେକର୍ଡ କରାଯାଇଛି । ଅନ୍ୟ ସମସ୍ତ ସହରରେ ତାପମାତ୍ରା ୪୦ ଡିଗ୍ରି ତଳେ ରହିଥିଲା ।  

   Related Posts