Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||
  • ଲମତାପୁଟ : ଗଞ୍ଜେଇ ଚାଲାଣ ରୋକିବାକୁ କୋରାପୁଟ ପୋଲିସର ବଡ ପଦକ୍ଷେପ, ଆରମ୍ଭ ହେଲା ଅପରେସନ୍ ଗ୍ରୀନ୍ କ୍ଲିନ୍
  • ||

ଲକ୍କାଜନକ ଘଟଣା: ଆମ୍ବୁଲାନ୍ସରେ ଗୁରୁଗ୍ରାମରୁ ଲୁଧିଆନାକୁ ଗଲେ ରୋଗୀ, ଡ୍ରାଇଭର ନେଲେ ୧.୨୦ ଲକ୍ଷ ଭଡା !

7/05/2021 at 8:41 AM

ନୂଆଦିଲ୍ଲୀ ୭/୫ : କରୋନା କାଳରେ ଲୋକଙ୍କଠାରେ ମରିଯାଉଛି ମାନବିକତା । ଦୈନିକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସୁଛି । ସାଇବର ସିଟି ଗୁରୁଗ୍ରାମରେ ଆମ୍ବୁଲାନ୍ସ ଡ୍ରାଇଭର ବିପର୍ଯ୍ୟୟକୁ ସୁଯୋଗରେ ପରିଣତ କରିବାର ଏକ ଲଜ୍ଜାଜନକ ମାମଲା ସାମ୍ନାକୁ ଆସିଛି । ଅଭିଯୋଗ ହୋଇଛି ଯେ ଆମ୍ବୁଲାନ୍ସ ଡ୍ରାଇଭର ଗୁରୁଗ୍ରାମରୁ ଲୁଧିଆନାକୁ ନେବା ପାଇଁ କରୋନା ସଂକ୍ରମିତ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ଭଡା ନାଁରେ ଆଦାୟ କରିଛନ୍ତି ୧.୨୦ ଲକ୍ଷ ଟଙ୍କା ।

ଏନେଇ ରୋଗୀର ପରିବାର ଲୋକ ଜିଲ୍ଲା ପ୍ରଶାସନ ନିକଟରେ ଅଭିଯୋଗ କରିଛନ୍ତି । ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ ଜିଲ୍ଲା ପ୍ରଶାସନ ଦ୍ୱାରା ଜାରି ହୋଇଥିବା ହେଲ୍ପଲାଇନ ନମ୍ବରକୁ ଅନେକ ଥର ଫୋନ କରିଥିଲେ ମଧ୍ୟ କେହି ଫୋନ ଉଠାଇ ନଥିଲେ । ଏଭଳି ପରିସ୍ଥିତିରେ ରୋଗୀଙ୍କୁ ଲୁଧିଆନାକୁ ନେବା ପାଇଁ ତାଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଥିଲା । ତେବେ ଏହାର ଫାଇଦା ଉଠାଇଥିଲେ ଆମ୍ବୁଲାନ୍ସ ଡ୍ରାଇଭର ଜଣଙ୍କ ।

ବିପର୍ଯ୍ୟୟକୁ ଏକ ସୁଯୋଗରେ ପରିଣତ କରିବାର ଏହା ପ୍ରଥମ ଘଟଣା ନୁହେଁ। ଏହାପୂର୍ବରୁ ମଧ୍ୟ ଅନେକ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ନାଁରେ ସାଇବର ସିଟିରେ ଅନେକ ଅବାଧତା ଅଭିଯୋଗ ଆସିଛି । ସେପଟେ ଆମ୍ବୁଲାନ୍ସ ଆସୋସିଏସନର ପ୍ରତିକ୍ରିୟା ନେବାକୁ ଚେଷ୍ଟା କରାଯାଇଥିଲା । ଆସୋସିଏସନ କହିଛି ଯଦି ଏପରି କେହବି କରିଛନ୍ତି, ତେବେ ସେମାନେ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏହାସହ ଆସୋସିଏସନ ପକ୍ଷରୁ କୁହାଯାଇଛି, ଯେଉଁମାନେ ଏପରି କାମ କରୁଛନ୍ତି ସେମାନେ ନିଜେ ଆସି ସ୍ୱାକାର କରନ୍ତୁ । ସେପଟେ ଜିଲ୍ଲା ପ୍ରଶାସନ ଘଟଣାକୁ ଗୁରୁତର ନେବା ସହ ତଦନ୍ତ ଆରମ୍ଭ କରିଛି ।

   Related Posts