LIVE TV

ଭୀଷଣ ବାତ୍ୟାରୁ ବାତ୍ୟାର ରୂପ ନେଇଛି ‘ମୋନ୍ଥା’, ମୟୁରଭଞ୍ଜରେ ସର୍ବାଧିକ ବର୍ଷା

NEWS7
chandrababu-naidu-seems-best-suited-to-forge-anti-bjp-front

ଭୁବନେଶ୍ୱର ୨୯।୧୦ : ଟଳିଲା ବାତ୍ୟା ଭୟ, ହଟିଲା ରେଡ୍‌ ଓ୍ୱାର୍ଣ୍ଣି । ବର୍ତ୍ତମାନ ରାଜ୍ୟରେ ଘଡ଼ଘଡ଼ି ସହ ବିଜୁଳି ଆଉ ବର୍ଷା ହେବ । ପ୍ରତିଘଣ୍ଟାରେ ୧୫ କିମି ବେଗରେ ଗତି କରୁଛି ବାତ୍ୟା ମୋନ୍ଥା ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି

ସେ ଆହୁରି ମଧ୍ୟ କହିଛନ୍ତି ଯେ, ଭୀଷଣ ବାତ୍ୟାରୁ ବାତ୍ୟାର ରୂପ ନେଇଛି । ଉତ୍ତର ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ଦୁର୍ବଳ ହୋଇ ଆଗକୁ ୩ ଘଣ୍ଟା ମଧ୍ୟରେ ଗଭୀର ଅବପାତ ଓ ତାର ୬ ଘଣ୍ଟା ପରେ ଏହା ଅବପାତରେ ପରିଣତ ହେବ । ରାଜ୍ୟରେ ବିଶେଷ ପ୍ରଭାବ ନାହିଁ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଞ୍ଜାମ, ରାୟଗଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପବନର ଗତି ୪୫-୫୫ କିମି ପ୍ରତି ଘଣ୍ଟା ଓ ଝଟକା ପବନର ବେଗ ୬୫ କିଲୋମିଟର ପ୍ରତି ଘଣ୍ଟା ରହିବ । ନବରଙ୍ଗପୁର, କଳାହାଣ୍ଡି, ଗଜପତି, ରାୟଗଡ଼ା ୩୫-୪୫ କିମି ପ୍ରତି ଘଣ୍ଟା ପବନର ବେଗ ରହିବ ଓ ଝଟକା ପବନ ୫୫ କିମି ପ୍ରତିଘଣ୍ଟା ରହିବ । ପାଣିପାଗ ବିଭାଗର ଆକଳନ ଅନୁସାରେ ସନ୍ଧ୍ୟା ୭ ରୁ ରାତି ୧ ପର୍ଯ୍ୟନ୍ତ ଥିଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ସର୍ବାଧିକ ବର୍ଷା ମୟୁରଭଞ୍ଜରେ ରେକର୍ଡ କରାଯାଇଛି । ମୟୁରଭଞ୍ଜରେ  ମିମି ବର୍ଷା ରେକର୍ଡ କରାଯାଇଛି । ଏହାପଛକୁ ବାଲେଶ୍ୱରରେ ୯୩.୮ ମିମି, ଚାନ୍ଦବାଲିରେ ୭୪.୪, ଖୋର୍ଦ୍ଧାରେ ୯୮ ମିମି ରେକର୍ଡ କରାଯାଇଛି ।

ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡଘଡି ସହ ଆଜି ବର୍ଷା ହୋଇପାରେ ଏଥିପାଇଁ ସତର୍କ କରାଯାଇଛି । ଆଜି ମଧ୍ୟ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ବାରଣ । ଟ୍ଵିନ ସିଟିରେ ମଧ୍ୟ ବର୍ଷା ସମ୍ଭାବନା ରହିଛି ।